www.samajalive.in
Sunday, December 7, 2025
23.1 C
Bhubaneswar

ବିପ୍ଳବୀ ଧରଣୀଧରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଅମରସ୍ମୁତିର ଜୟଗାନ

ଭୁବନେଶ୍ୱର: ବିପ୍ଳବୀ ଧରଣୀଧର ନାୟକଙ୍କ ୧୬୧ତମ ଜୟନ୍ତୀ ଅବସରରେ ଇଏସ୍‌ଆଇ, ହସ୍ପିଟାଲ୍‌ ଛକ, ଭୁବନେଶ୍ୱରସ୍ଥିତ ବିପ୍ଳବୀ ଧରଣୀଧର ନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ଏହି ଅବସରରେ ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବିନାରାୟଣ ନାଏକ ପ୍ରମୁଖ ବିପ୍ଳବୀ ଧରଣୀଧରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ତାଙ୍କ ଅମରସ୍ମୁତିର ଜୟଗାନ କରଥିଲେ।

ଏହି ଅବସରରେ ସରକାରୀ ମୁଖ୍ୟ ସଚେତକ ସରୋଜ ପ୍ରଧାନ, ବିଧାୟକ  ବାବୁ ସିଂ, ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ  ସଂଜୟ କୁମାର ସିଂହ, ପୂର୍ବତନ ବିଧାୟକ  ପ୍ରୀୟଦର୍ଶି ମିଶ୍ର, ପୂର୍ବତନ ବିଧାୟକ ସୁବର୍ଣ୍ଣ ନାଏକ, ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ  ସନ୍ତୋଷ କୁମାର ଦାସ, ଉପନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀ, କେନ୍ଦୁଝର ନାଗରିକ ବିକାଶ ପରିଷଦ ଏବଂ ନିଖିଳ ଭାରତ ଭୂୟାଁ ସାଂସ୍କୃତିକ ସମିତି, ଭୁବନେଶ୍ୱରର ସଦସ୍ୟଗଣ ଉପସ୍ଥିତ ରହି ବିପ୍ଳବୀ ଧରଣୀଧରଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories