www.samajalive.in
Saturday, December 6, 2025
14.1 C
Bhubaneswar

ରାଜ୍ୟର ୨୮ ଜିଲାରୁ ଆଉ ୧୬୪୩ ପଜିଟିଭ୍ ଚିହ୍ନଟ, ୪୪,୧୯୩ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରେ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରୁ ଆଜି ଆଉ ୧୬୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୧୮ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୬୨୫ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଶନିବାର ଚିହ୍ନଟ ୧୬୪୩ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪ ହଜାର ୧୯୩ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ୬ ଲକ୍ଷ ୩୪ ହଜାର ୯୦ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୪୪ ହଜାର ୧୯୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୨୮ ହଜାର ୬୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୫୯ ଜଣ ଆକ୍ରାନ୍ତଙ୍କର କରୋନାରେ ମୃତ୍ୟୁ  ହୋଇଛି ଏବଂ ୪୮ ଜଣ ଆକ୍ରାନ୍ତଙ୍କ ଅନ୍ୟରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫ ହଜାର ୧୮୯ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories