www.samajalive.in
Wednesday, December 10, 2025
14.1 C
Bhubaneswar

ଦେଶରେ ଚିହ୍ନଟ ହେଲେ ୧ ଲକ୍ଷ ୬୮ ହଜାରରୁ ଅଧିକ ନୂଆ କରୋନା ଆକ୍ରାନ୍ତ; ୨୭୭ ମୃତ

ନୂଆଦିଲ୍ଲୀ: ଦେଶରେ ଦିନକ ମଧ୍ୟରେ ୧ ଲକ୍ଷ ୬୮ ହଜାର ୬୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ ୨୭୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏଥିସହିତ ଦିନକ ମଧ୍ୟରେ ୬୯,୯୫୯ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ଦୈନିକ ସଂକ୍ରମଣ ହାର ୧୦.୬୪% ରହିଛି । ସେହିଭଳି ଆରୋଗ୍ୟ ହାର ସଂପ୍ରତି ୯୬.୩୬% ରହିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଓମିକ୍ରନ ପ୍ରକରଣରେ ଆକ୍ରାନ୍ତଙ୍କ ସଂଖ୍ୟା ୪୪୬୧ ରହିଛି । ଏଥିସହିତ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୨୧,୪୪୬କୁ ବୃଦ୍ଧିପାଇଛି । ସୋମବାର ସଂଧ୍ୟାସୁଦ୍ଧା ଦେଶରେ ମୋଟ ୧୫୨.୮୯ କୋଟି ପାନ ଟିକା ଦିଆଯାଇସାରିଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories