www.samajalive.in
Saturday, December 6, 2025
14.1 C
Bhubaneswar

୪୦ ହଜାର ପାର ହେଲା ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା, ଆଜି ଆଉ ୧୬୯୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରୁ ଆଜି ଆଉ ୧୬୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୭୩ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୬୨୬ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଗୁରୁବାର ଚିହ୍ନଟ ୧୬୯୯ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦ ହଜାର ୭୧୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ୬ ଲକ୍ଷ ୫୯୧ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୪୦ ହଜାର ୭୧୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୨୫ ହଜାର ୭୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୩୫ ଜଣ ଆକ୍ରାନ୍ତଙ୍କର କରୋନାରେ ମୃତ୍ୟୁ  ହୋଇଛି ଏବଂ ୪୫ ଜଣ ଆକ୍ରାନ୍ତଙ୍କ ଅନ୍ୟରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪ ହଜାର ୭୦୦ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories