www.samajalive.in
Sunday, December 14, 2025
17.1 C
Bhubaneswar

ଓଡ଼ିଶାରେ ଷୋଡ଼ଶ ଅର୍ଥ କମିଶନ, ବୁଲିଲେ ପୁରୀ ଓ କୋଣାର୍କ

ଡେସ୍କ: ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ ଡ଼ଃ ଅରବିନ୍ଦ ପାନାଗାରିଆଙ୍କ ନେତୃତ୍ୱରେ ଓଡିଶା ଗସ୍ତରେ ଆସିଥିବା ପ୍ରତିନିଧି ଦଳ ଆଜି ଦ୍ଵିତୀୟ ଦିନରେ ଶ୍ରୀକ୍ଷେତ୍ର ପୁରୀରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ଏହି ଅବସରରେ ଅର୍ଥ କମିଶନଙ୍କ ପ୍ରତିନିଧି ଦଳ ପୁରୀ ରାଜଭବନରେ ପୁରୀ ସହରର ଉନ୍ନତିକରଣ, ଭିତ୍ତିଭୂମି ବିକାଶ ଏବଂ ନାଗରିକ ସୁବିଧା ବୃଦ୍ଧି ପାଇଁ ଆବଶ୍ୟକ ଆର୍ଥିକ ଆବଣ୍ଟନ ସମ୍ପର୍କରେ ସ୍ଥାନୀୟ ପୌର ପ୍ରଶାସନ ସହିତ ବିସ୍ତୃତ ଆଲୋଚନା କରିଛନ୍ତି। ବୈଠକରେ ପୌର ପ୍ରଶାସନ ଶ୍ରଦ୍ଧାଳୁ ଓ ଜନସଂଖ୍ୟା ବୃଦ୍ଧିକୁ ଲକ୍ଷ୍ୟକରି ସହରର ପରିମଳ, ବର୍ଜ୍ୟବସ୍ତୁ ପରିଚାଳନା, ଆଲୋକୀକରଣ ଓ ଅନ୍ୟାନ୍ୟ ଭିତ୍ତିଭୂମିକୁ ଆହୁରି ଅଧିକ ବ୍ୟବସ୍ଥିତ ଓ ପରିମାର୍ଜିତ କରାଯିବାର ଆବଶ୍ୟକତା ରହିଛି ବୋଲି କମିଶନଙ୍କୁ ଅବଗତ କରିଥିଲେ। ଅର୍ଥ କମିଶନ ପୁରୀର ସମୃଦ୍ଧ ଐତିହ୍ୟକୁ ସଂରକ୍ଷିତ ରଖାଯାଇ ସାମଗ୍ରିକ ସହରାଞ୍ଚଳ ବିକାଶ ସୁନିଶ୍ଚିତ କରିବା ପାଇଁ ସମୁଚିତ ସମ୍ବଳ ବଣ୍ଟନ ଉପରେ ଗୁରୁତ୍ୱାରୋପ କରିଥିଲେ।

ଅର୍ଥ କମିଶନର ସଦସ୍ୟମାନେ ଅପରାହ୍ନରେ ବ୍ଲୁ ଫ୍ଲାଗ୍ ବେଳାଭୂମି ପରିଦର୍ଶନ କରିଥିଲେ​​। ସନ୍ଧ୍ୟାରେ ୟୁନେସ୍କୋ ଦ୍ୱାରା ବିଶ୍ୱ ଐତିହ୍ୟ ସ୍ଥଳ ଘୋଷିତ କୋଣାର୍କର ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରି ଏହାର ଇତିହାସ ସମ୍ବନ୍ଧରେ ଶୁଣି ଓ କାରୁକାର୍ଯ୍ୟ ଦେଖିଥିଲେ। ଗସ୍ତ ସମୟରେ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ପୌର ପ୍ରଶାସକ ତଥା ନଗର ଉନ୍ନୟନ ବିଭାଗର ଅତିରିକ୍ତ ଶାସନ ସଚିବ ଅରିନ୍ଦମ ଡାକୁଆ, ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ପୁରୀ ଆରକ୍ଷୀ ଅଧିକ୍ଷକ ବିନିତ ଅଗ୍ରୱାଲ, କମିଶନର ସଦସ୍ୟ ଆନି ଜର୍ଜ ମାଥ୍ୟୁ, ଅଜୟ ନାରାୟଣ ଝା ଓ ଡ଼ଃ ମନୋଜ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories