www.samajalive.in
Thursday, December 11, 2025
23.1 C
Bhubaneswar

ପାକ୍‌ ସେନା ବିମାନ ଦୁର୍ଘଟଣାଗ୍ରସ୍ତ; ୧୭ ମୃତ, ୧୨ ଆହତ

ଇସଲାମାବାଦ: ପାକିସ୍ତାନ ସେନାର ଏକ ବିମାନ ମଙ୍ଗଳବାର ଭୋର ସମୟରେ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ୧୭ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଅନ୍ୟ ୧୨ ଜଣ ଗୁରୁତର ଆହତ ହୋଇଛନ୍ତି। ବିମାନଟି ଉଡ଼ାଣ କରୁଥିବା ସମୟରେ ଇସଲାମାବାଦ ନିକଟ ରାଓଲପିଣ୍ଡିର ଗ୍ୟାରିସନ ସହରରେ ଏକ କୋଠା ଉପରେ ଖସିପଡ଼ିଥିଲା। ଫଳରେ ସେଥିରେ ନିଆଁ ଲାଗିଯାଇଥିଲା। ଦୁର୍ଘଟଣା ପରେ ଉକ୍ତ କୋଠାରେ ମଧ୍ୟ ନିଆଁ ଲାଗିଯାଇଥିଲା। ଦୁର୍ଘଟଣାର କାରଣ ଜଣାପଡ଼ି ନ ଥିବାବେଳେ ସାମରିକ ଏବଂ ବେସାମରିକ ଟିମ୍‌ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆହତମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ପାକ୍‌ ସେନା ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ ଯୁବକ

ଜୋରିମାନା ନେଉଛ, ଭଲ ରାସ୍ତା ଦିଅ ଭୁବନେଶ୍ବର : ଟ୍ରାଫିକ ନିୟମ ଉଲ୍ଲଘଂନକାରୀଙ୍କ...

୪ ଦଶନ୍ଧି ପରେ ବଡ଼ ଗୋପାଳଜୀଉ ମନ୍ଦିର ଫେରିବ ବିଗ୍ରହ

ଭୁବନେଶ୍ବର : ୧୯୮୩ରେ ଘଟିଥିବା ଏକ ଅଷ୍ଟଧାତୁ ମୂର୍ତ୍ତି ଚୋରି ମାମଲାରେ...

ନୂତନ କର୍ମକର୍ତ୍ତାଙ୍କ ସହ ବିଜେପିର ବୈଠକ

ଭୁବନେଶ୍ବର : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ସୁଫଳ...

କ୍ଷମା ମାଗିଲେ ଇଣ୍ଡିଗୋର ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା, କହିଲେ..

ନୂଆଦିଲ୍ଲୀ : ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା...

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

Related Articles

Popular Categories