www.samajalive.in
Monday, December 15, 2025
26.1 C
Bhubaneswar

ପୁଣି ୧୭ ଆକ୍ରାନ୍ତ ଚିହ୍ନଟ, ସଂକ୍ରମିତ ସଂଖ୍ୟା ୨୮୭ ଛୁଇଁଲା

ଭୁବନେଶ୍ଵର: ରାଜ୍ୟରେ ପୁଣି ୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଶନିବାର ସକାଳେ ପ୍ରଥମେ ୧୪ ଏବଂ ପରେ ୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୭ରେ ପହଞ୍ଚିଛି। ଗତକାଲି ଅର୍ଥାତ ଶୁକ୍ରବାର ଗୋଟିଏ ଦିନରେ ସର୍ବାଧିକ ୫୧ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

ଶନିବାର ସକାଳେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନୂଆ ୧୪ ଆକ୍ରାନ୍ତଙ୍କ ସମ୍ପର୍କରେ ସୂଚନା ଦିଆଯାଇଥିଲା। ସେମାନଙ୍କ ମଧ୍ୟରୁ ୧୨ ଜଣ ଗଞ୍ଜାମ ଜିଲାର ହୋଇଥିବାବେଳେ ଭଦ୍ରକ ଏବଂ ସୁନ୍ଦରଗଡ଼ ଜିଲାର ଜଣେ ଲେଖାଏଁ ଥିଲେ। ପରେ ପଜିଟିଭ ଚିହ୍ନଟ ହୋଇଥିବା ୩ ଆକ୍ରାନ୍ତ ମୟୂରଭଞ୍ଜ ଜିଲାର ବୋଲି କୁହାଯାଇଛି। ଫଳରେ ମୟୂରଭଞ୍ଜ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭ରେ ପହଞ୍ଚିଛି। ସେହିପରି ଗଞ୍ଜାମରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories