www.samajalive.in
Sunday, December 7, 2025
14.1 C
Bhubaneswar

ଭାରତ ମାନଚିତ୍ରରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି ଆମ ରାଜ୍ୟ

ଭୁବନେଶ୍ୱର: ଆଜି ଭାରତ ମାନଚିତ୍ରରେ ଆମ ରାଜ୍ୟ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି । ବିକଶିତ ଭାରତ ଗଠନରେ ଓଡ଼ିଶାର ଅଗ୍ରଣୀ ଭୂମିକା ରହିବ ଏବଂ ଏଥିପାଇଁ ପୋଲିସର ଗୁରୁତ୍ୱପୂର୍ଣ୍ଣ ଭୂମିକା ମଧ୍ୟ ରହିବ ।  କଟକ-ଭୁବନେଶ୍ୱରର ୨୨ ଲକ୍ଷରୁ ଉର୍ଦ୍ଧ୍ୱ ଲୋକଙ୍କ ନିମନ୍ତେ ଅପରାଧ ନିୟନ୍ତ୍ରଣ, ଆଇନ ଶୃଙ୍ଖଳା ରକ୍ଷା ଏବଂ ଟ୍ରାଫିକ୍ ସମସ୍ୟା ଦୂର କରିବା ଇତ୍ୟାଦିରେ ଆମ କମିଶନରେଟ ପୁଲିସ ଦକ୍ଷତାର ସହ କାର୍ଯ୍ୟ କରୁଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର କଟକ କମିଶନରେଟ ପୁଲିସର ୧୭ତମ ସ୍ଥାପନା ଉତ୍ସବ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି ।

ଏହି ଉପଲକ୍ଷେ ଭୁବନେଶ୍ୱର ୭ମ ବାଟାଲିଅନ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ଦେଶରେ ଥିବା ସମସ୍ତ କମିଶନରେଟ ପୋଲିସ ମଧ୍ୟରେ ଭୁବନେଶ୍ୱର-କଟକ କମିଶନରେଟ ଏକ ଦକ୍ଷ, ଉନ୍ନତ, ଦାୟିତ୍ୱବାନ୍‍ ଓ ସମ୍ବେଦନଶୀଳ ପୋଲିସ ଭାବରେ ଜନସାଧାରଣଙ୍କୁ ସେବା ଯୋଗାଇ ଦେଇ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି । ଗତ ୧୧ ମାସ କମିଶନରେଟ ପୋଲିସ ପାଇଁ ଘଟଣା ବହୁଳ ଥିଲା । ଏହି ସମୟ ମଧ୍ୟରେ ଭୁବନେଶ୍ୱରରେ ଅନେକ ରାଜ୍ୟ, ଜାତୀୟ ଓ ଅନ୍ତର୍ଜାତୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ସୁରକ୍ଷା ଦୃଷ୍ଟିରୁ ସମ୍ପୂର୍ଣ୍ଣ ତୃଟିଶୂନ୍ୟ ଭାବେ ଏସବୁ କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ ହୋଇଛି । ଏ ସମସ୍ତ କାର୍ଯ୍ୟକ୍ରମକୁ ସୂଚାରୁରୂପେ ଏବଂ ଶୃଙ୍ଖଳାର ସହିତ ପାଳନ କରିବା ନିମନ୍ତେ ପୋଲିସବାହିନୀ ଅକ୍ଲାନ୍ତ ପରିଶ୍ରମ କରି ଓଡ଼ିଶାକୁ ଏକ ସୁଦକ୍ଷ ଓ ଆଦର୍ଶ ଆୟୋଜକର ମାନ୍ୟତା ଦେଇଛନ୍ତି ।

- Advertisement -

ପୁଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ କହିଥିଲେ ଯେ, କମିଶନରେଟ ପୋଲିସର ଏହି ୧୭ ବର୍ଷ ଯାତ୍ରା ଭିତରେ ଅନେକ ଆହ୍ୱାନର ସଫଳତାର ସହ ମୁକାବିଲା କରି ଆଜି ଦେଶର ଅନ୍ୟତମ ଶ୍ରେଷ୍ଠ କମିଶନରେଟ ଭାବେ ଏହା ପ୍ରତିଷ୍ଠିତ ହୋଇଛି । ଅପରାଧ ନିରାକରଣ, ଅପରାଧର ଅନୁସନ୍ଧାନ ଏବଂ ଦୋଷୀକୁ ନ୍ୟାୟିକ ଦଣ୍ଡ ଦେବା ବ୍ୟବସ୍ଥାରେ କମିଶନରେଟ ପୋଲିସ ପ୍ରଂଶସା ଯୋଗ୍ୟ ସଫଳତା ପାଇଛି ।

ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର-କଟକ ପୋଲିସ କମିଶନର ଡ. ଏସ୍‍. ଦେବଦତ୍ତ ସିଂ ସ୍ୱାଗତ ଭାଷଣ ଦେଇଥିଲେ । ଏକାମ୍ର ଭୁବନେଶ୍ୱର ବିଧାୟକ ବାବୁ ସିଂହ, କଟକ ସଦର ବିଧାୟକ ପ୍ରକାଶ ସେଠୀ, ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ୟପ୍ରକାଶ ମିଶ୍ର, ବରିଷ୍ଠ ପୋଲିସ ଅଧିକାରୀଗଣ ଏବଂ ଅବସରପ୍ରାପ୍ତ ପୋଲିସ ଅଧିକାରୀଗଣ ବହୁ ସଂଖ୍ୟାରେ ଉପସ୍ଥିତ ଥିଲେ ।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories