www.samajalive.in
Sunday, December 14, 2025
23.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ୧୮୯ ନୂଆ କୋଭିଡ ଆକ୍ରାନ୍ତ; ଦିନକରେ ୨୫୭ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୯ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକ ମଧ୍ୟରେ ୨୫୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୧୧୩ ଓ ସ୍ଥାନୀୟ ସଂକ୍ରମିତ ୭୬ ଜଣ । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୨୫ ଜଣ ରହିଛନ୍ତି । ରାଜ୍ୟର ଅନୁଗୁଳ ଜିଲାରେ ୨, ବାଲେଶ୍ୱର ୩, ବରଗଡ ୧, କଟକ ୯, ଦେବଗଡ ୨, ଢେଙ୍କାନାଳ ୩, ଗଜପତି ୨, ଗଞ୍ଜାମ ୩ ଓ ଜଗତସିଂହପୁର ଜିଲାରେ ୨ ଜଣ ଚିହ୍ନଟ ହୋଇଛନ୍ତି । ଯାଜପୁରରେ ୧୪, ଝାରସୁଗୁଡା ୨, କେନ୍ଦ୍ରାପଡା ୩, ଖୋର୍ଦ୍ଧା ୮୩, ମୟୁରଭଞ୍ଜ ୧୩, ପୁରୀ ୨, ସମ୍ବଲପୁର ୧୨, ସୋନପୁର ୧, ସୁନ୍ଦରଗଡ ୧୨ ଓ ଷ୍ଟେଟପୁଲରୁ ୧୯ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ ୧୦୩୯୪୬୧ ଜଣ ସୁସ୍ଥ ହୋଇସାରିଛନ୍ତି । ସଂପ୍ରତି ୨୩୧୩ ଜଣ ସକ୍ରିୟ କରୋନା ରୋଗୀ ରହିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜଣାଯାଇଛି ।

Hot this week

କଟକରେ ପହଞ୍ଚିଲେ ମୁଖ୍ୟ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories