www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ନୂଆ ୧୯୭ ଆକ୍ରାନ୍ତ; ୨ ମୃତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୭ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଏଥିସହିତ ୨ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି । ମୃତକ ଦୁଇଜଣ ବରଗଡ ଜିଲାର ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନାରୁ ଜଣାଯାଇଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୧୧୫ ଏବଂ ସ୍ଥାନୀୟ ସଂକ୍ରମିତ ୮୨ ଜଣ ରହିଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୨୫ ଜଣ ରହିଥିବା ଜଣାଯାଇଛି ।
ବାଲେଶ୍ୱରରୁ ୨, ବରଗଡ ୧, ଭଦ୍ରକ ୩, କଟକ ୬, ଦେବଗଡ ୩, ଢେଙ୍କାନାଳ ୪, ଗଞ୍ଜାମ ୧, ଜଗତସିଂହପୁର ୨ ଏବଂ ଯାଜପୁରରୁ ୮ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡା ୫, କେନ୍ଦ୍ରାପଡା ୨, କେନ୍ଦୁଝର ୧, ଖୋର୍ଦ୍ଧା ୯୪, ମୟୁରଭଞ୍ଜ ୯, ନବରଙ୍ଗପୁର ୨, ନୟାଗଡ ୩, ରାୟଗଡା ୧, ସମ୍ବଲପୁର ୧୬, ସୁନ୍ଦରଗଡ ୧୨ ଓ ଷ୍ଟେଟପୁଲରୁ ୨୨ ଜଣଙ୍କୁ ଚିହ୍ନଟ କରାଯାଇଛି । ଦିନକ ମଧ୍ୟରେ ୨୨୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ ୧୦୩୮୦୮୫ ଜଣ ସୁସ୍ଥ ହୋଇସାରିଲେଣି । ସଂପ୍ରତି ରାଜ୍ୟରେ ୨୩୩୩ ଜଣ ସକ୍ରିୟ କରୋନା ରୋଗୀ ଥିବା ଜଣାଯାଇଛି ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories