www.samajalive.in
Sunday, December 7, 2025
26.1 C
Bhubaneswar

ଜାମ୍ମୁ କାଶ୍ମୀରରେ ଦଶଦିନ ମଧ୍ୟରେ ସମସ୍ତ ବୟସ୍କଙ୍କୁ ଟିକାକରଣ

ଶ୍ରୀନଗର: ଜାମ୍ମୁ କାଶ୍ମୀରରେ ୪୫ ବର୍ଷରୁ ଅଧିକ ବୟସର ସମସ୍ତ ନାଗରିକଙ୍କୁ ଆଗାମୀ ଦଶଦିନ ମଧ୍ୟରେ କୋଭିଡ ଟିକା ଦିଆଯିବ। ଏହି କାର୍ଯ୍ୟ ଶତ ପ୍ରତିଶତ ସଂପୂର୍ଣ୍ଣ କରିବାକୁ ଉପରାଜ୍ୟପାଳ ମନୋଜ ସିହ୍ନା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ଦିନ ରାଜ୍ୟରେ କୋଭିଡ ମୁକାବିଲା ଦିଗରେ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିବା ଅବସରରେ ଉପରାଜ୍ୟପାଳ ଏହି ସମୟ ସୀମା ଧାର୍ଯ୍ୟ କରିଛନ୍ତି। ଏଥିସହିତ ଜାମ୍ମୁ କାଶ୍ମୀରରେ ଅଧିକ ସଂକ୍ରମଣ ପରିଲକ୍ଷିତ ହେଉଥିବା ଅନ୍ୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳକୁ କୋଭିଡ ପରୀକ୍ଷା ସୁବିଧା ସମ୍ପ୍ରସାରିତ କରିବା ଏବଂ ପର୍ଯ୍ୟାୟକୟମେ କୋଭିଡ ରୋଗୀଙ୍କ ଚିକିତ୍ସା ନିମନ୍ତେ ଶଯ୍ୟା ସଂଖ୍ୟା ବୃଦ୍ଧି କରିବାକୁ ସେ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ନୂଆ ମେଡିକାଲ କଲେଜରେ ଥିବା ଭିତ୍ତିଭୂମି ପୂର୍ଣ୍ଣ ବ୍ୟବହାର ଉପରେ ଗୁରୁତ୍ୱ ଦେଇ ଉପରାଜ୍ୟପାଳ କହିଛନ୍ତି ଯେ ସେଠାରେ ଉପଲବ୍ଧ ସୁବିଧା ସୁଯୋଗ ଯେଭଳି ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ବାସ କରୁଥିବା ଜନସାଧାରଣଙ୍କ ଚିକିତ୍ସାରେ ଉପଯୋଗ ହୋଇପାରିବ, ତାହା ସୁନିଶ୍ଚିତ କରିବାକୁ ହେବ। ଜାମ୍ମୁ କାଶ୍ମୀରରେ ଆଗାମୀ ଦିନରେ ଅଧିକ ସଂଖ୍ୟାରେ ଅମ୍ଳଜାନ ଉତ୍ପାଦନ ୟୁନିଟ ସ୍ଥାପନ ଏବଂ ସମ୍ମିଳିତ ଭାବରେ କୋଭିଡ ମୁକାବିଲା ଉପରେ ସେ ଗୁରୁତ୍ୱ ଦେଇଛନ୍ତି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories