www.samajalive.in
Monday, December 15, 2025
15.1 C
Bhubaneswar

ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ, ତ୍ରିପୁରାରେ ୭୫%ରୁ ଅଧିକ ମତଦାନ

ଡେସ୍କ: ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ୧୭ଟି ରାଜ୍ୟ ଓ ୪ଟି କେନ୍ଦ୍ର ଶାସିତ ଅଞ୍ଚଳର ୧୦୨ଟି ନିର୍ବାଚନ ମଣ୍ଡଳୀରେ ମତଦାନ ହୋଇଥିଲା। ସେଥିମଧ୍ୟରୁ ୧୮ଟି ଆସନ ଅନୁସୂଚିତ ଜାତି ପାଇଁ ସଂରକ୍ଷିତ ଥିବା ବେଳେ ୧୧ଟି ଆସନ ଅନୁସୂଚିତ ଜନଜାତିଙ୍କ ପାଇଁ ସଂରକ୍ଷିତ ରହିଥିଲା।

ସାଧାରଣ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ – ଭୋଟରଙ୍କ ଉତ୍ସାହ ଦେଖିବା ଭଳି

- Advertisement -

ସର୍ବଶେଷ ସୂଚନା ଅନୁଯାୟୀ, ତ୍ରିପୁରାରେ ୭୫%ରୁ ଅଧିକ ମତଦାନ ହୋଇଥିବା ବେଳେ ପଶ୍ଚିମବଙ୍ଗରେ ୭୭%ରୁ ଅଧିକ, ମେଘାଳୟରେ ପ୍ରାୟ ୭୦%, ମଣିପୁରରେ ୬୭%ରୁ ଅଧିକ, ମଧ୍ୟପ୍ରଦେଶରେ ୬୩%, ପୁଡୁଚେରୀରେ ପ୍ରାୟ ୭୩%, ନାଗାଲାଣ୍ଡରେ ପ୍ରାୟ ୫୬%, ମିଜୋରାମରେ ୫୨%ରୁ ଅଧିକ, ରାଜସ୍ଥାନରେ ୫୦%ରୁ ଅଧିକ, ସିକ୍କିମରେ ୬୭%, ତାମିଲନାଡୁରେ ୬୨%, ଉତ୍ତରପ୍ରଦେଶରେ ୫୭%ରୁ ଅଧିକ, ଉତ୍ତରାଖଣ୍ଡରେ ୫୩%ରୁ ଅଧିକ, ଜମ୍ମୁ-କଶ୍ମୀରରେ ୬୫%, ବିହାରରେ ୪୬%ରୁ ଅଧିକ, ଅରୁଣାଚଳ ପ୍ରଦେଶରେ ୬୩%, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ପାଖାପାଖି ୫୭%, ଆସାମରେ ୭୧%, ଛତିଶଗଡ଼ରେ ୬୩%ରୁ ଅଧିକ, ଛତିଶଗଡ଼ରେ ୬୩%ରୁ ଅଧିକ, ଲାକ୍ଷାଦ୍ୱୀପରେ ୫୯% ଓ ମହାରାଷ୍ଟ୍ରରେ ୫୫% ମତଦାନ ହୋଇଛି।

ଯାତ୍ରୀବାହୀ ଡ଼ଙ୍ଗା ଓଲଟି ୧ ମୃତ, ୬ ନିଖୋଜ

ତାମିଲନାଡୁର ସମସ୍ତ ୩୯ଟି ଆସନ ଏବଂ ଉତ୍ତରାଖଣ୍ଡର ସମସ୍ତ ୫ଟି ଆସନ ପାଇଁ ମତଦାନ ହୋଇଥିଲା। ରାଜସ୍ଥାନର ୧୨ଟି, ଉତ୍ତରପ୍ରଦେଶର ୮ଟି, ମଧ୍ୟପ୍ରଦେଶର ୬ଟି, ମହାରାଷ୍ଟ୍ର ଓ ଆସାମର ୫ଟି ଲେଖାଏଁ, ବିହାରର ୪ଟି, ପଶ୍ଚିମବଙ୍ଗର ୩ଟି, ମେଘାଳୟ ଓ ଅରୁଣାଚଳ ପ୍ରଦେଶର ୨ଟି ଲେଖାଏଁ, ତ୍ରିପୁରା, ସିକିମ୍, ମିଜୋରାମ, ନାଗାଲାଣ୍ଡ, ଜମ୍ମୁ-କଶ୍ମୀର ଏବଂ ଆଣ୍ଡାମାନ ଓ ନିକୋବର, ପୁଡୁଚେରୀ, ଲାକ୍ଷାଦ୍ୱୀପ ଓ ମଣିପୁରର ଗୋଟିଏ ଲେଖାଏଁ ଆସନରେ ମତଦାନ ହୋଇଛି। ମଣିପୁରର ଦ୍ୱିତୀୟ ନିର୍ବାଚନ ମଣ୍ଡଳୀ ପାଇଁ ମଧ୍ୟ ଆଜି ମତଦାନ ହୋଇଥିବା ବେଳେ ଏପ୍ରିଲ ୨୬ରେ ଦ୍ୱିତୀୟ ପର୍ଯ୍ୟାୟରେ ଅବଶିଷ୍ଟ ଭାଗରେ ମତଦାନ ହେବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories