www.samajalive.in
Friday, December 12, 2025
23.1 C
Bhubaneswar

ବିଶ୍ୱ ଜଳ ଦିବସ- କାହିଁକି ଏବଂ କେଉଁଠାରୁ ଆରମ୍ଭ ହୋଇଥିଲା ଏହି ଅଭିଯାନ

ବିଶ୍ୱ ଜଳ ଦିବସ ପ୍ରତିବର୍ଷ ୨୨ ମାର୍ଚ୍ଚରେ ବିଶ୍ୱ ସାରା ପାଳିତ ହୁଏ। ସମସ୍ତ ବିକଶିତ ଦେଶରେ ସ୍ୱଚ୍ଛ ଏବଂ ସୁରକ୍ଷିତ ଜଳ ଉପଲବ୍ଧ କରାଇବା ସହ ଜଳ ସଂରକ୍ଷଣର ମହତ୍ତ୍ୱ ତଥା ଆବଶ୍ୟକତା ବିଷୟରେ ଜନ ସଚେତନତା ସୃଷ୍ଟି କରିବା ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ। ପ୍ରଥମ ଥର ପାଇଁ ୧୯୯୨ ମସିହାରେ ବ୍ରାଜିଲସ୍ଥିତ ରିଓ ଡି ଜେନିରୋଠାରେ ମିଳିତ ଜାତିସଂଘ ଦ୍ବାରା ଆୟୋଜିତ “ଜଳବାୟୁ୍‌ ଓ ବିକାଶ ସମ୍ମିଳନୀ”ରେ ବିଶ୍ୱ ଜଳ ଦିବସ ପାଳନ କରାଯିବା ନିଷ୍ପତ୍ତି ନିଆଯାଇଥିଲା।

୧୯୯୩ ମସିହାରେ ମିଳିତ ଜାତିସଂଘ ସାଧାରଣ ସଭାରେ ଏହି ନିଷ୍ପତ୍ତିକୁ ଅନୁମୋଦନ ମିଳିଲା। ତା’ ପରଠାରୁ ପ୍ରତି ବର୍ଷ ମାର୍ଚ୍ଚ ୨୨ରେ ‘ବିଶ୍ବ ଜଳ ଦିବସ’ ମଧୁର ଜଳର ଗୁରୁତ୍ବକୁ ଉତ୍‌ଥାପନ କରିଥାଏ। ସ୍ୱଚ୍ଛ ତଥା ସୁରକ୍ଷିତ ଜଳର ଆବଶ୍ୟକତା ବିଷୟରେ ଜନସାଧାରଣଙ୍କୁ ଜଣାଇବା ଲକ୍ଷ୍ୟରେ ଏହି ଦିନଟିକୁ ପ୍ରତିବର୍ଷ ଏକ ବାର୍ଷିକ କାର୍ଯ୍ୟକ୍ରମ ଭାବେ ପାଳିବାକୁ ସର୍ବସମ୍ମତି କ୍ରମେ ଗୃହିତ କରାଯାଇଛି। ଏହି ଦିବସ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ଜଳର ଉପାଦେୟତା ସଂପର୍କିତ ଆଲୋଚନାଚକ୍ର ଆୟୋଜନ କରାଯାଏ।

Hot this week

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

Related Articles

Popular Categories