www.samajalive.in
Friday, December 12, 2025
19.1 C
Bhubaneswar

ଟିକ୍ରାପଡା ଦେଓଗାଁ ଯୁବକଙ୍କୁ ହତ୍ୟା ଘଟଣା,୨ ଅଭିଯୁକ୍ତ ଅଦାଲତ ଚାଲାଣ

ସଇଁନ୍ତଲା : ସଇଁନ୍ତଲା ଥାନା ଅନ୍ତର୍ଗତ ଟିକ୍ରାପଡ଼ା ଫାଣ୍ଡି ଅଧିନସ୍ଥ ଦେଓଗାଁ ଗୋଷ୍ଠି କେନ୍ଦ୍ର ନିକଟରେ ଗତ ୨୧ ତାରିଖ ବିଳମ୍ବିତ ରାତ୍ରୀରେ ପୁଲିସ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଦେଓଗାଁ ଗ୍ରାମର ବୁଦ୍ଧଦେବ ନାଗ(୨୯)ଙ୍କ ମୃତ ଦେହ ଉଦ୍ଧାର କରିଥିଲା। ଏହି ଘଟଣାକୁ ଆଧାର କରି ପୁଲିସ ଏକ ମାମଲା ରୁଜୁ କରିବା ସହ ଟିଟିଲାଗଡ ଏସଡିପିଓ ଅଙ୍କିତା କୁମ୍ଭାରଙ୍କ ତେତୃତ୍ଵରେ ଏହାର ତଦନ୍ତ ଜାରି ରଖିଥିଲା। ତେବେ ଘଟଣାରେ ସମ୍ପୃକ୍ତ ଥିବା ନେଇ ଉକ୍ତ ଗାଁର ଦୁଇ ଅଭିଯୁକ୍ତ ଦେବାଶିଷ ବେଟକ ଓ ନକୁଲ ନାଗଙ୍କୁ ସଇଁନ୍ତଲା ଥାନାରେ ଅଟକ ରଖି ପଚରାଉଚରା କରିଥିବା ବେଳେ ଘଟଣାରେ ସେମାନେ ସମ୍ପୃକ୍ତ ଥିବା ନେଇ ଜଣା ପଡିଥିଲା। ଏନେଇ ଟିଟିଲାଗଡ ଏସଡିପିଓ ଅଙ୍କିତା କୁମ୍ଭାର ସଇଁନ୍ତଲା ଥାନାରେ ସାମ୍ବାଦିକ ସମ୍ମିଳନୀ ଜରିଆରେ ପ୍ରକାଶ କରିଥିଲେ। ବୁଧବାର ସନ୍ଧ୍ୟାରେ ଦୁଇ ଅଭିଯୁକ୍ତଙ୍କୁ ଅଦାଲତ ଚାଲାଣ କରାଯାଇଥିଲା।

Hot this week

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

Related Articles

Popular Categories