nua o banner

ଆଜିଠାରୁ +୨ ନାମଲେଖା ଆବେଦନ

BSKY banner  750×100

ଭୁବନେଶ୍ବର: ଆଜିଠାରୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ସାମ୍ସ ପୋର୍ଟାଲରେ ଛାତ୍ରଛାତ୍ରୀମାନେ ନାମ ଲେଖାଇବାକୁ ଆବେଦନ କରିପାରିବେ। ଏଥିପାଇଁ ପୂର୍ବାହ୍ନ ୧୧ଟାରୁ ୱେବସାଇଟରେ ଆବେଦନପତ୍ର ମିଳିବ। ସେପ୍ଟେମ୍ବର ୫ ତାରିଖ ଆବେଦନର ଶେଷ ତାରିଖ ରଖାଯାଇଛି। ୧୩ ସେପ୍ଟେମ୍ବର ପୂର୍ବାହ୍ନ ୧୧.୩୦ରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ଏହି ତାଲିକାରେ ଥିବା ଛାତ୍ରଛାତ୍ରୀ ୧୪ ରୁ ୨୧ ସେପ୍ଟେମ୍ବର ମଧ୍ୟରେ ନାମ ଲେଖାଇବେ। ୨୭ ତାରିଖରେ ଦ୍ବିତୀୟ ମେଧା ତାଲିକା ପ୍ରକାଶ ପାଇବ। ୨୯ ସେପ୍ଟମ୍ବରରୁ ୧ ଅକ୍ଟୋବର ମଧ୍ୟରେ ଏହି ପିଲାମାନେ ନାମ ଲେଖାଇବେ। ୪ ଅକ୍ଟୋବରରେ ତତ୍‌କ୍ଷଣାତ ମନୋନୟନ (ସ୍ପଟ ସିଲେକସନ) ମେଧା ତାଲିକା ପ୍ରକାଶ ପାଇବ। ଦ୍ବିତୀୟ ନାମଲେଖା ପରେ ବଳକା ଥିବା ଆସନର ତିନିଗୁଣା ଛାତ୍ରଛାତ୍ରୀଙ୍କୁ ଡକାଯିବ। କରୋନା ପାଇଁ ନାମଲେଖା ଦେୟ ବୃଦ୍ଧି ହେବ ନାହିଁ ବୋଲି ଗତକାଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଘୋଷଣା କରିଥିଲେ।

ଚଳିତ ସପ୍ତାହରେ ଯୁକ୍ତ ୨ କଳା ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇବ। ନିର୍ଦ୍ଧାରିତ ତାରିଖ ସ୍ଥିର ହୋଇ ନ ଥିଲେ ମଧ୍ୟ ଆସନ୍ତାକାଲି କିମ୍ବା ୧୩ ତାରିଖରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପରୀକ୍ଷା ଫଳ ଉନ୍ମୋଚନ କରାଯିବ ବୋଲି ସୂଚନା ମିଳିଛି।

Comments are closed.