ଆସନ୍ତାକାଲି +୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ
ଭୁବନେଶ୍ୱର: ଆସନ୍ତାକାଲି ପ୍ରକାଶ ପାଇବ ଚଳିତ ବର୍ଷର +୨ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ। ଶୁକ୍ରବାର ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। orissaresults.nic.inରେ ନିଜ ଫଳାଫଳ ଦେଖିପାରିବେ ଛାତ୍ରଛାତ୍ରୀ।
ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ବାତିଲ କରାଯାଇଥିଲା। ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କର ମୂଲ୍ୟାୟନ କରାଯାଇଛି। ଜୁଲାଇ ୩୧ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ବାହାରିଥିଲା। ସେହି ସମୟରେ ଆଉ ୧୫ ଦିନ ମଧ୍ୟରେ କଳା ପରୀକ୍ଷା ଫଳ ପ୍ରକାଶ କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଥିଲା।
Comments are closed.