www.samajalive.in
Tuesday, December 9, 2025
16.1 C
Bhubaneswar

ଲୋକସଭାରେ ଆଜି ଆଗତ ହେବ ଗୋଟିଏ, ଗୋଟିଏ ନିର୍ବାଚନ ସମ୍ବନ୍ଧୀୟ ଦୁଇଟି ବିଲ୍

ଡେସ୍କ: ଲୋକସଭାରେ ସୋମବାର ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ସମ୍ବନ୍ଧୀୟ ଦୁଇଟି ବିଲ୍ ଆଗତ ହେବ। କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ନିମ୍ନ ସଦନରେ ସମ୍ବିଧାନ (୧୨୯ତମ ସଂଶୋଧନ) ବିଲ୍ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ଆଇନ (ସଂଶୋଧନ) ବିଲ୍ ଆଗତ କରିବେ।

ନିକଟରେ ସରକାର ଗୋଟିଏ ଦେଶ, ଗୋଟିଏ ନିର୍ବାଚନର ବିଚାର ଓ ଅନୁସନ୍ଧାନ ପାଇଁ ଗଠିତ ଉଚ୍ଚସ୍ତରୀୟ କମିଟିର ସୁପାରିସକୁ ଗ୍ରହଣ କରି ସମଗ୍ର ଦେଶରେ ଏକକାଳୀନ ନିର୍ବାଚନ ପାଇଁ ବାଟ ଖୋଲିଛନ୍ତି। ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ ଏକ ଉଚ୍ଚସ୍ତରୀୟ କମିଟି ରାଜନୈତିକ ଦଳ ଓ ବିଶେଷଜ୍ଞଙ୍କ ସମେତ ଅଂଶୀଦାରମାନଙ୍କ ସହ ବ୍ୟାପକ ଆଲୋଚନା କରିଥିଲେ। ଏହାକୁ ଦୁଇଟି ପର୍ଯ୍ୟାୟରେ କାର୍ଯ୍ୟକାରୀ କରାଯିବ। ପ୍ରଥମ ପର୍ଯ୍ୟାୟରେ ଲୋକସଭା ଓ ବିଧାନସଭା ନିର୍ବାଚନ ଏକାସାଙ୍ଗରେ ହେବାକୁ ଥିବା ବେଳେ ସାଧାରଣ ନିର୍ବାଚନର ୧୦୦ ଦିନ ମଧ୍ୟରେ ପଞ୍ଚାୟତ ଓ ପୌରପାଳିକା ଭଳି ସ୍ଥାନୀୟ ସଂସ୍ଥା ନିର୍ବାଚନ ଅନୁଷ୍ଠିତ ହେବ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories