www.samajalive.in
Sunday, December 14, 2025
26.1 C
Bhubaneswar

ସୋମବାର ଲୋକସଭାରେ ଆଗତ ହେବ ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ସମ୍ବନ୍ଧୀୟ ଦୁଇଟି ବିଲ୍

ଡେସ୍କ: ସୋମବାର (ଡିସେମ୍ବର ୧୬) ଲୋକସଭାରେ ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ସମ୍ବନ୍ଧୀୟ ଦୁଇଟି ବିଲ୍ ଆଗତ ହେବାକୁ ଯାଉଛି। କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘଓ୍ଵାଲ ଲୋକସଭାରେ ସମ୍ବିଧାନ (୧୨୯ତମ ସଂଶୋଧନ) ବିଲ୍ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ଆଇନ (ସଂଶୋଧନ) ବିଲ୍ ଆଗତ କରିବେ।

ନିକଟରେ ସରକାର ଏକ ଦେଶ, ଗୋଟିଏ ନିର୍ବାଚନର ବିଚାର ଅନୁସନ୍ଧାନ ପାଇଁ ଗଠିତ ଉଚ୍ଚସ୍ତରୀୟ କମିଟିର ସୁପାରିସକୁ ଗ୍ରହଣ କରି ସମଗ୍ର ଦେଶରେ ଏକକାଳୀନ ନିର୍ବାଚନ ପାଇଁ ବାଟ ଖୋଲିଛନ୍ତି। ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ ଏକ ଉଚ୍ଚସ୍ତରୀୟ କମିଟି ରାଜନୈତିକ ଦଳ ଓ ବିଶେଷଜ୍ଞଙ୍କ ସମେତ ଅଂଶୀଦାରମାନଙ୍କ ସହ ବ୍ୟାପକ ଆଲୋଚନା କରିଥିଲେ। ଏହାକୁ ଦୁଇଟି ପର୍ଯ୍ୟାୟରେ କାର୍ଯ୍ୟକାରୀ କରାଯିବ।

- Advertisement -

ପ୍ରଥମ ପର୍ଯ୍ୟାୟରେ ଲୋକସଭା ଓ ବିଧାନସଭା ନିର୍ବାଚନ ଏକାସାଙ୍ଗରେ ହେବାକୁ ଥିବା ବେଳେ ସାଧାରଣ ନିର୍ବାଚନର ୧୦୦ ଦିନ ମଧ୍ୟରେ ପଞ୍ଚାୟତ ଓ ପୌରପାଳିକା ଭଳି ସ୍ଥାନୀୟ ସଂସ୍ଥା ନିର୍ବାଚନ ଅନୁଷ୍ଠିତ ହେବ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories