www.samajalive.in
Wednesday, December 10, 2025
26.1 C
Bhubaneswar

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା ଭୁଶୁଡ଼ି ପଡ଼ିବାରୁ ୧୯ ଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ପ୍ରାୟ ୧୬ଜଣ ଆହତ ହୋଇଥିବା ସୂଚନା ରହିଛି ।

    ସୂଚନା ଅନୁସାରେ, ମରକ୍କୋ ସମୟ ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ଫେଜ୍‌ ସହରରେ ଦୁଇଟି ଚାରି ମହଲା କୋଠା ଭୁଶୁଡ଼ି ପଡ଼ିଥିଲା । ମରକ୍କୋ ଗଣମାଧ୍ୟମ ଅନୁଯାୟୀ, ଉକ୍ତ କୋଠା ଦୁଇଟିରେ ଆଠଟି ପରିବାର ବାସ କରୁଥିଲେ । ଘଟଣାରେ ୧୬ ଜଣ ଆହତ ହୋଇଥିଲା ବେଳେ ୧୯ ଜଣ ପ୍ରାଣ ହରାଇଛନ୍ତି । ଆହତମାନଙ୍କୁ କକିତ୍ସା ପାଇଁ ଫେଜ୍‌ର ଏକ ଚିକିତ୍ସା ବିଶ୍ୱବିଦ୍ୟାଳୟକୁ ସ୍ଥାନାନ୍ତର କରାଯାଇଛି । ଭଗ୍ନାବଶେଷ ତଳେ ଫସି ରହିଥିବା ଅନ୍ୟମାନଙ୍କୁ ଖୋଜିବା ପାଇଁ ସନ୍ଧାନ ଏବଂ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ମରକ୍କୋ ଗଣମାଧ୍ୟମ ପ୍ରକାଶ କରିଛି ।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

Related Articles

Popular Categories