www.samajalive.in
Friday, December 12, 2025
26.1 C
Bhubaneswar

ଦୁଇଦିନ ଘନ କୁହୁଡ଼ି

ଭୁବନେଶ୍ବର : ରାଜଧାନୀରେ ଗୁରୁବାର ଘନକୁହୁଡ଼ି ଦେଖିବାକୁ ମିଳିଥିଲା। ଭୋର ସାଢ଼େ ୫ଟାରେ ହଠାତ କୁହୁଡ଼ି ମାଡ଼ି ଆସିବା ଦ୍ବାରା ସକାଳ ୯ଟା ପର୍ଯ୍ୟନ୍ତ ପାଗ ମେଘୁଆ ରହିଥିଲା। ସକାଳ ୬ଟା ବେଳକୁ କୁହୁଡ଼ି ହେତୁ ଗାଡ଼ିମଟର ଗମନାଗମନ ବାଧାପ୍ରାପ୍ତ ହୋଇଥିଲା। ଗୁରୁବାର ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ତଥାପି ୫ ସହରରେ ସର୍ବାଧିକ ତାପମାତ୍ରା ୩୪ ଡିଗ୍ରୀ ଟପିଛି। ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ଘନ କୁହୁଡ଼ି ଆଶଙ୍କା ରହିଛି ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଗତ ୨୪ ଘଣ୍ଟାରେ ଫୁଲବାଣୀରେ ୧୦ଡିଗ୍ରୀ ରେକର୍ଡ ହୋଇଥିବାବେଳେ ଭୁବନେଶ୍ବର ୧୮.୨ ଏବଂ କଟକରେ ୧୮ ଡିଗ୍ରୀ ପାରଦ ରହିଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Hot this week

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

Related Articles

Popular Categories