www.samajalive.in
Monday, December 8, 2025
24.1 C
Bhubaneswar

୨ ଦିନ ଘନକୁହୁଡ଼ି: ଜି.ଉଦୟଗିରି ସବୁଠୁ ଥଣ୍ଡା

ଭୁବନେଶ୍ବର: ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଘନକୁହୁଡ଼ି ଦୃଶ୍ୟମାନ ହେବ। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଦୁଇଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଫେବୃଆରୀ ପହିଲାରୁ ରାଜ୍ୟରେ ହାଲୁକା ବର୍ଷା ହେବ। ବିଶେଷକରି ୧ ଓ ୨ ତାରିଖରେ ଉତ୍ତର ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ କେତେକ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। ସେହିପରି ଆସନ୍ତା ୨ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨-୩ ଡିଗ୍ରୀ ବୃଦ୍ଧି ପାଇବ ବୋଲି କୁହାଯାଇଛି। ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, କେନ୍ଦୁଝର ଏବଂ ଦେବଗଡ଼ ପ୍ରଭୃତି ୨୩ ଜିଲାକୁ ଘନକୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବୁଧବାର ସକାଳ ପର୍ଯ୍ୟନ୍ତ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, କନ୍ଧମାଳ, ସମ୍ବଲପୁର, ସୁବର୍ଣ୍ଣପୁର, କଳାହାଣ୍ଡି, ବଲାଙ୍ଗୀର ଓ ବୌଦ୍ଧ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘନକୁହୁଡ଼ି ନେଇ ସତର୍କ ସୂଚନା ଜାରି କରାଯାଇଛି।

Hot this week

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

Related Articles

Popular Categories