www.samajalive.in
Monday, December 8, 2025
13.1 C
Bhubaneswar

ମିକ୍ସଚର ମେସିନରେ ଚାପି ହୋଇ ୨ଶ୍ରମିକ ମୃତ

ନୀଳଗିରି : ବାଲେଶ୍ୱର ଜିଲ୍ଲା ନୀଳଗିରି-ସଜନାଗଡ଼ ରାସ୍ତାରେ ଏକ ସଡକ ଦୁର୍ଘଟଣାରେ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ରାସ୍ତା କାମ ପାଇଁ ଏକ ପିକଅପ୍ ଭ୍ୟାନରେ କିଛି ଶ୍ରମିକ ଯାଉଥିବା ବେଳେ ସେହି ଭ୍ୟାନରେ ଏକ ମିକ୍ସଚର ମେସିନ ମଧ୍ୟ ଥିଲା। କିନ୍ତୁ ରାସ୍ତାରେ ଭ୍ୟାନଟି ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟି ପଡିବାରୁ ମିକ୍ସଚର ମେସିନ ମଧ୍ୟ ରାସ୍ତାରେ ପଡି ଯାଇଥିଲା। ଦୁର୍ଭାଗ୍ୟବଶତଃ ଦୁଇ ଜଣ ଶ୍ରମିକ ମିକ୍ସଚର ମେସିନ ତଳେ ଚାପି ହୋଇଯାଇଥିଲେ । ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୫ ଜଣ ଶ୍ରମିକ ଆହତ ହୋଇଛନ୍ତି । ସ୍ଥାନୀୟଲୋକଙ୍କ ସହାୟତାରେ ଆହତଙ୍କୁ ନିକଟସ୍ଥ ମେଡିକାଲ ପଠାଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Hot this week

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

Related Articles

Popular Categories