www.samajalive.in
Sunday, December 14, 2025
19.1 C
Bhubaneswar

ଗୁପ୍ତେଶ୍ଵର ଡକରିଘାଟିରେ ଓଲଟିଲା ନିଆଳିରୁ ଯାଇଥିବା ବସ: ୨ ମୃତ, ୩୦ ଆହତ

ବୈପାରୀଗୁଡ଼ା: କୋରାପୁଟ ଜିଲା ବୈପାରୀଗୁଡ଼ାର ଗୁପ୍ତେଶ୍ଵର ପୀଠ ନିକଟ ଡକରିଘାଟିରେ ବସ ଓଲଟି ୨ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୩୦ ପର୍ଯ୍ୟଟକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ସେମାନଙ୍କୁ ଚିକିତ୍ସା ପାଇଁ ବୈପାରୀଗୁଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ଏବଂ ଆହତମାନେ କଟକ ଜିଲା ନିଆଳି ଅଞ୍ଚଳର ବୋଲି ଜଣାପଡ଼ିଛି। ସେମାନଙ୍କ ପରିଚୟ ମିଳିପାରି ନାହିଁ।

ସୂଚନା ଅନୁସାରେ, ନିଆଳି ଅଞ୍ଚଳରୁ କିଛି ଲୋକ ବସ ଯୋଗେ ବୈପାରୀଗୁଡ଼ାର ପସିଦ୍ଧ ଗୁପ୍ତେଶ୍ଵର ପୀଠ ଦର୍ଶନ ଲାଗି ଯାଇଥିଲେ। ଡକରିଘାଟିରେ ବସଟି ନିୟନ୍ତ୍ରଣ ହରାଇ ଓଲଟି ପଡ଼ିଥିଲା। ସ୍ଥାନୀୟ ଲୋକେ ବସରୁ ପର୍ଯ୍ୟଟକମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories