www.samajalive.in
Saturday, December 6, 2025
26.1 C
Bhubaneswar

ଆମ୍ବ ଟାକୁଆ ଖାଇ ୨ ମୃତ

ସମାଜ ଡିଜିଟାଲ ଡେସ୍କ/ଦାରିଙ୍ଗବାଡ଼ି: ଆମ୍ବ ଟାକୁଆରେ ପ୍ରସ୍ତୁତ ଜାଉ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଛି। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ଗଦାପୁର ପଞ୍ଚାୟତର ମଣ୍ଡିପଙ୍କା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଏଥିରେ ଅନ୍ୟ ୬ଜଣ ଗୁରୁତର ଅସୁସ୍ଥ ହୋଇପଡ଼ିଥିବା ସୂଚନା ମିଳିଛି। ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଏବଂ ଜଣେ ଯୁବତୀ ଥିବା ଜଣାପଡ଼ିଛି। ସେମାନେ ହେଲେ ରୁମିତା ପାଟମାଝୀ(୨୫) ଓ ରୁନୁ ମାଝୀ(୨୮)। ଅସୁସ୍ଥଙ୍କ ମଧ୍ୟରେ ପ୍ରଭାତୀ ପାଟମାଝୀ (୩୨), ଡ୍ରାଙ୍ଗାଲୁ ପାଟମାଝୀ (୫୫), ଟୁନି ମାଝୀ (୪୫), ସୁଷମା ପାଟମାଝୀ (୨୮), ଜିତା ମାଝୀ (୩୦), ଜେବନ୍ତ ମାଝୀ (୩୦) ରହିଛନ୍ତି।

ଆଦିବାସୀ ଅଧ୍ୟୁଷିତ ଏହି ଅଞ୍ଚଳରେ ବାରମ୍ବାର ଏପରି ଘଟଣା ଘଟୁଥିବା ସାମ୍ନାକୁ ଆସିଛି। ଦାରିଦ୍ର୍ୟ ଏବଂ ସଚେତନତା ଅଭାବରୁ ଲୋକମାନେ ଆମ୍ବ ଟାକୁଆକୁ ଜାଉ କରି ଖାଇବାକୁ ବାଧ୍ୟ ହେଉଛନ୍ତି। ଯାହାଫଳରେ ଏପରି ଘଟଣା ଘଟୁଛି ବୋଲି ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories