www.samajalive.in
Tuesday, December 9, 2025
15.1 C
Bhubaneswar

ଘାଟିରୁ ୫୦ ଫୁଟ ତଳକୁ ଖସି ଟ୍ରକ୍‌ ଚୁରମାର୍‌, ଡ୍ରାଇଭର ସମେତ ୨ ମୃତ

ଦ୍ବାରଶୁଣି: ମୟୂରଭଞ୍ଜ ଜିଲା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଦ୍ବାରଶୁଣି ଘାଟିରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ମାଲ ବୋଝେଇ ଟ୍ରକ(ସିଜି ୦୪ ଏଲଏଲ ୩୪୭୪) ଘାଟିରୁ ୫୦ ଫୁଟ ତଳକୁ ଖସିପଡ଼ି ଚୂରମାର୍‌ ହୋଇଯାଇଛି। ଫଳରେ ଟ୍ରକ୍‌ ଡ୍ରାଇଭରଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଟ୍ରକଟି ଲୁହା ସ୍କ୍ରାପ ବୋଝେଇ କରି ରାୟପୁରରୁ କଲକାତା ଯାଉଥିଲାବେଳେ ସକାଳ ପ୍ରାୟ ୬ଟାରେ ଏହି ଦୁର୍ଘଟଣା ଘଟିଛି। ବାଙ୍ଗିରିପୋଷି ପୁଲିସ ଓ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ନେଇଥିଲେ। ଆହତ ବ୍ୟକ୍ତିଙ୍କ ଦୁଇ ହାତ ଭାଙ୍ଗିଯାଇଥିବାବେଳେ ସେ ବର୍ତ୍ତମାନ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories