www.samajalive.in
Sunday, December 7, 2025
18.1 C
Bhubaneswar

ଭଦ୍ରକରେ କାନ୍ଥ ପଡ଼ି ଶିଶୁ ମୃତ, କେନ୍ଦ୍ରାପଡ଼ାରେ ମହିଳାଙ୍କ ମୃତ୍ୟୁ

ତିହିଡି/କେନ୍ଦ୍ରାପଡ଼ା: ବାତ୍ୟା ଅମ୍ପନ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବାବେଳେ ପବନ ବହୁଛି। ପ୍ରବଳ ବର୍ଷା ଯୋଗୁ ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲାରେ କାନ୍ଥ ଭୁଶୁଡ଼ି ୨ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଭଦ୍ରକରେ ଜଣେ ଶିଶୁର ମୃତ୍ୟୁ ହୋଇଥିବାବେଳେ କେନ୍ଦ୍ରାପଡ଼ାରେ ଜଣେ ମହିଳାଙ୍କ ପ୍ରାଣହାନୀ ଘଟିଛି।

ସୂଚନା ଅନୁସାରେ, ଭଦ୍ରକ ଜିଲାର ତିହିଡି ବ୍ଲକ ଅନ୍ତର୍ଗତ କାଞ୍ଚଡ଼ା ପଞ୍ଚାୟତର ଦକ୍ଷିଣପାରି ଗତକାଲିଠାରୁ ପ୍ରବଳ ବର୍ଷା ଯୋଗୁ ଵଳରାମ ଦାସଙ୍କ ମାଟି ଘରର କାନ୍ଥ ଖସି ପଡିଥିଲା। ଉକ୍ତ ଘରେ ରାତିରେ ମା’ ଓ ୨ ମାସର ଶିଶୁ ଶୋଇଥିବାଵେଳେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ଏଥିରେ ମା’ ସାମାନ୍ୟ ଆହତ ହୋଇଥିଲା ଵେଳେ ଶିଶୁପୁତ୍ରର ମୃତ୍ୟୁ ଘଟିଛି। ସେହିପରି କେନ୍ଦ୍ରାପଡ଼ା ଜିଲାର ସାତଭାୟା ଅଞ୍ଚଳରେ କାନ୍ଥ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଟ୍ବିଟ୍‌ କରି ଏ ନେଇ ସୂଚନା ଦେଇଛନ୍ତି। କିନ୍ତୁ ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିନାହିଁ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories