www.samajalive.in
Sunday, December 7, 2025
26.1 C
Bhubaneswar

ଏଥର +୨ ପରୀକ୍ଷା ଦେବେ ୩ ଲକ୍ଷ ୧୦ ହଜାର ବିଦ୍ୟାର୍ଥୀ

ଭୁବନେଶ୍ବର: ରାଜ୍ୟରେ ଚଳିତ ମାସ ୭ରୁ ଅଷ୍ଟମରୁ ଦ୍ୱାଦଶ(+୨) ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କର ଶ୍ରେଣୀଗୃହ ଶିକ୍ଷାଦାନ ଆରମ୍ଭ ହୋଇଛି। ଏଥର ଦ୍ବାଦଶ ଶ୍ରେଣୀ ପରୀକ୍ଷା ଦେବାକୁ ପ୍ରାୟ ୩ ଲକ୍ଷ ୧୦ ହଜାର ଛାତ୍ରଛାତ୍ରୀ ଫର୍ମପୂରଣ କରିଛନ୍ତି। ଚଳିତ ବର୍ଷ ରାଜ୍ୟରେ ପୂର୍ବ ବର୍ଷମାନଙ୍କ ତୁଳନାରେ କମ୍‌ ଛାତ୍ରଛାତ୍ରୀ ଫର୍ମପୂରଣ କରିଛନ୍ତି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆସନ୍ତାକାଲିଠାରୁ ପରିଷଦର ଉପାଧ୍ୟକ୍ଷଙ୍କ ଅଧ୍ୟକ୍ଷତାରେ ଆଭାସି ବୈଠକରେ ମତାମତ ନିଆଯିବ।
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କନିଷ୍ଠ ମହାବିଦ୍ୟାଳୟରେ ଗତବର୍ଷ ପରୀକ୍ଷା ହୋଇ ନ ଥିଲା। ଗତବର୍ଷ ବିନା ପରୀକ୍ଷାରେ ଫଳ ପ୍ରକାଶ ପାଇଥିବାବେଳେ ଉତ୍ତୀର୍ଣ୍ଣ(ପାସ୍‌)ହାର ଶୀର୍ଷରେ ରହିଥିଲା। ବିକଳ୍ପ ମୂଲ୍ୟାୟନ ପଦ୍ଧତିରେ ଫଳ ପ୍ରକାଶ ପାଇଥିଲା। ଆସନ୍ତାକାଲିଠାରୁ ପରୀକ୍ଷା ସମ୍ବନ୍ଧରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦ୍ବାଦଶ (+୨) ଛାତ୍ରଛାତ୍ରୀଙ୍କ ପରୀକ୍ଷା ବାବଦରେ ବିଭିନ୍ନ ବର୍ଗର ଅଂଶୀଦାରଙ୍କ ମତ ସଂଗ୍ରହ କରାଯିବ। ଛାତ୍ରଛାତ୍ରୀ, ଶିକ୍ଷକ/ଶିକ୍ଷୟିତ୍ରୀ ,ଅଭିଭାବକ, ଶିକ୍ଷାବିତ୍ ଏବଂ ବିଶେଷଜ୍ଞଙ୍କ ସହ ଆଭାସି ବୈଠକ ପର୍ଯ୍ୟାୟକ୍ରମେ ବିସ୍ତୃତ ଭାବେ ଆଲୋଚନା କରିବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଥିଲା। ମିଳିଥିବା ମତାମତ ଆଧାରରେ ପରୀକ୍ଷା ପରିଚାଳନା ଏବଂ ମୂଲ୍ୟାୟନ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ। ଫର୍ମପୂରଣ କରିଥିବା ଛାତ୍ରଛାତ୍ରୀଙ୍କ ପ୍ରବେଶପତ୍ର (ଆଡମିଟ୍‌କାର୍ଡ) ଓ ପ୍ରଶ୍ନପତ୍ର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। କରୋନା କଟକଣାରେ ପରୀକ୍ଷା କରିବାକୁ ଯୋଜନା କରାଯାଇଛି। କରୋନା ଯୋଗୁଁ ଚଳିତବର୍ଷ ପରୀକ୍ଷା କେନ୍ଦ୍ର ସଂଖ୍ୟା ବଢାଇବାକୁ ଲକ୍ଷ୍ୟ ରଖଯାଇଛି।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories