www.samajalive.in
Tuesday, December 9, 2025
16.1 C
Bhubaneswar

ସିସି କ୍ୟାମେରା ନଥିଲେ ପରୀକ୍ଷା କେନ୍ଦ୍ର ବାତିଲ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ +୨ ଥିଓରୀ ପରୀକ୍ଷା ପୂର୍ବରୁ ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସି କ୍ୟାମେରା ଲଗାଇବାକୁ ନିର୍ଦେଶ ଦିଆଯାଇଛି। ପରିଷଦର ପରୀକ୍ଷା ନିୟନ୍ତ୍ରକ ଏନେଇ ସମସ୍ତ କନିଷ୍ଠ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି। ତୁରନ୍ତ କ୍ୟାମେରା ଲଗାଇବାକୁ କୁହାଯାଇଛି। ଯେଉଁ କନିଷ୍ଠ ମହାବିଦ୍ୟାଳୟ କର୍ତ୍ତୃପକ୍ଷ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇ ନାହାନ୍ତି ସେମାନେ ଆସନ୍ତା ୧୮ ତାରିଖ ସୁଦ୍ଧା ସିସି କ୍ୟାମେରା ଲଗାଇବା ସହ ଏହାର ଲିଙ୍କ୍‌ ସାମ୍ସ ଇ-ସ୍ପେସ୍‌ରେ ଦାଖଲ କରିବେ। ସେହିପରି ଯେଉଁଠି ସିସି କ୍ୟାମେରା ନଥିବ ସେହି କେନ୍ଦ୍ରର ଛାତ୍ରଛାତ୍ରୀଙ୍କର ପ୍ରାକ୍ଟିକାଲ ଉତ୍ତର ଖାତା ଓ ମାର୍କ ଫଏଲ୍‌ ଗ୍ରହଣ କରାଯିବ ନାହିଁ। ଯେଉଁ ପରୀକ୍ଷା କେନ୍ଦ୍ର ସିସିଟିଭି ନ ଲଗାଇବେ ଉକ୍ତ ପରୀକ୍ଷା କେନ୍ଦ୍ରକୁ ବାତିଲ୍‌ କରି ନିକଟସ୍ଥ ପରୀକ୍ଷା କେନ୍ଦ୍ର ସହ ଟ୍ୟାଗ୍ କରାଯିବ ବୋଲି ପରିଷଦ ପକ୍ଷରୁ ଚେତାବନୀ ଦିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories