www.samajalive.in
Monday, December 15, 2025
17.1 C
Bhubaneswar

ଯୁକ୍ତ ଦୁଇ ପରୀକ୍ଷା ତାରିଖ ଘୋଷଣା; ୭୫% ଉପସ୍ଥାନ ନଥିଲେ ମିଳିବନି ଆଡମିଟ କାର୍ଡ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ଯୁକ୍ତ ଦୁଇ ପରୀକ୍ଷା ଲାଗି ତାରିଖ ଘୋଷଣା ହୋଇଛି। ଡିସେମ୍ବର ୨୬ରୁ ୩୦ଯାଏଁ ଇଣ୍ଟରନାଲ ପରୀକ୍ଷା ହେବାକୁ ଥିବାବେଳେ ଜାନୁଆରୀ ୨ରୁ ୧୨ ଭିତରେ ହେବ ପ୍ରାକ୍ଟିକାଲ ପରୀକ୍ଷା। ଏନେଇ ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ଡକ୍ଟର ପ୍ରଶାନ୍ତ କୁମାର ପରିଡା ଘୋଷଣା କରିଛନ୍ତି। ଫେବୃଆରୀ ୧୫ରୁ ମାର୍ଚ୍ଚ ୨୦ ଭିତରେ ମୁଖ୍ୟ ପରୀକ୍ଷା ହେବ। ସମସ୍ତ ଷ୍ଟ୍ରିମର ଫଳାଫଳ ପରୀକ୍ଷା ସରିବାର ୪୫ଦିନ ଭିତରେ ବାହାରିବ। ବର୍ତ୍ତମାନ ଫର୍ମ ଫିଲ ଅପ୍‌‌ ଚାଲିଥିବା ବେଳେ ୭୫ପ୍ରତିଶତ ଉପସ୍ଥାନ ନଥିଲେ ଆଡମିଟ କାର୍ଡ ମିଳିବନି ବୋଲି କୁହାଯାଇଛି। ଏହାସହିତ କିଛି କଲେଜରେ କେଉଁଠି ପିଲାମାନଙ୍କ ଉପସ୍ଥାନ କମ ଥିବ ସେମାନଙ୍କୁ ଶ୍ରେଣୀଗୃହକୁ ଆଣିବାକୁ କଲେଜ ଅଧ୍ୟକ୍ଷ ସଚେତନ କରିବାକୁ କୁହାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories