www.samajalive.in
Saturday, December 6, 2025
17.1 C
Bhubaneswar

ଆରମ୍ଭ ହେଲା ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର : ଆଜି ଠାରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଏବଂ ବାଣିଜ୍ୟ ବିଭାଗର ଛାତ୍ରଛାତ୍ରୀମାନେ ପରୀକ୍ଷା ଦେଉଛନ୍ତି। ବିଜ୍ଞାନ ଛାତ୍ରଛାତ୍ରୀମାନେ ମାତୃଭାଷା ଓଡ଼ିଆ ଏବଂ ସଂସ୍କୃତରେ ପରୀକ୍ଷା ଦେଉଥିବାବେଳେ ବାଣିଜ୍ୟ ଛାତ୍ରଛାତ୍ରୀମାନେ ଓଡ଼ିଆ ପରୀକ୍ଷା ଦେଉଛନ୍ତି। ଶୁକ୍ରବାରଠାରୁ କଳା ବିଭାଗର ପରୀକ୍ଷା ଆରମ୍ଭ ହେବ। ସୂଚନା ଅନୁଯାୟୀ, ରାଜ୍ୟରେ ମୋଟ ୧୫୫୬ଟି ଜୁନିୟର କଲେଜର ୩ଲକ୍ଷ ୬୯ ହଜାର ୫୩୭ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଏଥିପାଇଁ ୧୦୯୧ଟି ପରୀକ୍ଷା କେନ୍ଦ୍ର ହୋଇଛି। ସୂଚନା ଅନୁଯାୟୀ ପ୍ର୍ରାୟ, ସକାଳ ୯ଟା ୩୦ରେ ପରୀକ୍ଷା ପରିଚାଳନା ହବରୁ ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ପହଞ୍ଚିବ। ସମ୍ପୂର୍ଣ୍ଣ ସିସିଟିଭି ନଜରରେ ପରୀକ୍ଷା କେନ୍ଦ୍ର ରହିବ। ପରୀକ୍ଷା କେନ୍ଦ୍ରକୁ ମୋବାଇଲ, ସ୍ମାର୍ଟ ଫୋନ, ଘଣ୍ଟା, କାଲକୁଲେଟର ଆଣିବାକୁ ନିଷେଧ କରାଯାଇଛି। ତେବେ ମାଟ୍ରିକ ପରୀକ୍ଷା ଭଳି ଯେପରି ପ୍ରଶ୍ନପତ୍ର ଭାଇରାଲ ନ ହୁଏ, ସେଥିପାଇଁ ତ୍ରି-ସ୍ତରୀୟ ସ୍କ୍ବାଡ୍‌ ବ୍ୟବସ୍ଥା କରାଯିବା ସହ ପର୍ଯ୍ୟାପ୍ତ ଅବଜର୍ଭର ନିଯୁକ୍ତ ହୋଇଛନ୍ତି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories