www.samajalive.in
Saturday, December 6, 2025
14.1 C
Bhubaneswar

ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ମାଧବସିଂହ ସୋଲାଙ୍କିଙ୍କ ପରଲୋକ

ଗୁଜରାଟ: ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ମାଧବସିଂହ ସୋଲାଙ୍କି ଶନିବାର ପରଲୋକ ହୋଇଯାଇଛି। ପରଲୋକ ସମୟରେ ତାଙ୍କୁ୯୪ ବର୍ଷ ବୟସ ହୋଇଥିଲା।

ସେ ବୈଦେଶିକ ମନ୍ତ୍ରୀ ଭାବରେ ମଧ୍ୟ ଦେଶ ପାଇଁ କାମ କରିଛନ୍ତି। ୧୯୮୦ରେ ସୋଲାଙ୍କି ଗୁଜରାଟରେ ମୁଖ୍ୟମନ୍ତ୍ରୀ ହୋଇଥିଲେ। କ୍ଷେତ୍ରୀୟ, ହରିଜନ, ଆଦିବାସୀ ଏବଂ ମୁସଲିମ (କେଏଚଏଏମ୍) ଫର୍ମୁଲାରେ ସେ କ୍ଷମତାକୁ ଆସିଥିଲେ। ସେ ରାଜନେତା ସହିତ ଜଣେ ଆଇନଜୀବୀ ମଧ୍ୟ ଥିଲେ। ୧୯୮୦ ପୂର୍ବରୁ ୧୯୭୬ରେ ମଧ୍ୟ ସୋଲାଙ୍କି ଅଳ୍ପ ସମୟ ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଆସନରେ ବସିଥିଲେ। ତେବେ ୧୯୮୫ରେ ସେ ଇସ୍ତଫା ଦେଇଥିଲେ। ପରେ ୧୮୨ ଆସନରୁ ୧୪୯ଟି ଆସନରେ ବିଜୟୀ ହୋଇ କ୍ଷମତାକୁ ଫେରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories