www.samajalive.in
Monday, December 15, 2025
24.1 C
Bhubaneswar

କାର୍‍କୁ ପଛରୁ ଧକ୍କା ଦେଲା ଡବଲ ଡେକର ବସ୍‍, ୨ ମହିଳା ଗୁରୁତର

ପିପିଲି: ପୁରୀ ଅଭିମୁଖେ ଯାଉଥିବା ସରକାରୀ ଡବଲ ଡେକର ବସ୍‍ ପିପିଲି ନିକଟରେ ଏକ କାରକୁ ଧକ୍କା ଦେବା ଫଳରେ ସେଥିରେ ଥିବା ଦୁଇଜଣ ମହିଳା ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ପିପିଲି ବାଇପାସ ରାସ୍ତା ତରାକାଜଛକ ସ୍ଥିତ ଏକ ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ପୂର୍ବାହ୍ନରେ ଏହି ଦୁର୍ଘଟଣା ଘଟିଛି । ଭୁବନେଶ୍ୱରରୁ ପୁରୀ ଅଭିମୁଖେ ଯାଉଥିବା ଡବଲ ଡେକର ବସ୍‍ (ଓଡି-୩୩ଏଆର୍‍-୧୫୪୨)ଟି ସମ୍ମୁଖରେ ଯାଉଥିବା ଏକ କାର୍‍କୁ ପଛପଟୁ ଖୁବ୍‍ ଜୋରରେ ଧକ୍କା ଦେଇଥିଲା । ଫଳରେ କାର ପଛପାର୍ଶ୍ବ କ୍ଷତିଗ୍ରସ୍ତ ହୋଇଥିବା ବେଳେ କାରରେ ବସିଥିବା ପୁଷ୍ପଲତା ବେହେରା ଓ ତାଙ୍କ ବଡ ଭଉଣୀ ମମତା ବେହେରା ଆହତ ହୋଇଥିଲେ। ଉଭୟଙ୍କ ମୁଣ୍ଡ ସମେତ ଶରୀରର ବିଭିନ୍ନ ସ୍ଥାନରେ ଗୁରୁତର ଆଘାତ ଲାଗିଛି। ଏ ସମ୍ପର୍କରେ କାର ଚାଳକ ସାଗର ନାୟକଙ୍କ ଲିଖିତ ଅଭିଯୋଗ ଉପରେ ପିପିଲି ଥାନାରେ ଏକ ମାମଲା ରୁଜୁ ହୋଇଛି। ପୁଳିସ ଦୁର୍ଘଟଣାଗ୍ରସ୍ତ ଗାଡି ଦ୍ଵୟକୁ ଜବତ କରି ଘଟଣାର ତଦନ୍ତ ଜାରିରଖିଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories