www.samajalive.in
Monday, December 15, 2025
27.1 C
Bhubaneswar

+୨ ତତ୍କାଳ ପରୀକ୍ଷା ଆବେଦନ ଅବଧି ଘୁଞ୍ଚିଲା

ଭୁବନେଶ୍ୱର: ଯୁକ୍ତଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ତତ୍କାଳ (ଇନଷ୍ଟାଣ୍ଟ) ପରୀକ୍ଷା ପାଇଁ ଆବେଦନ ଅବଧିକୁ ଘୁଞ୍ଚାଇ ଦିଆଯାଇଛି। ଗତ ୨୨ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଏହା ୨୪ ତାରିଖ ପର୍ଯ୍ୟନ୍ତ ଚାଲିବାର ଥିଲା। ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହାକୁ ୨୯ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ସେହିପରି ୨୯ରୁ ସେପ୍ଟେମ୍ବର ୨ ମଧ୍ୟରେ ପରୀକ୍ଷା ଫି’ ଦାଖଲ କରିବାକୁ ପଡ଼ିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଚଳିତବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷାରେ ଯେଉଁ ଛାତ୍ରଛାତ୍ରୀ କେବଳ ଗୋଟିଏ ବିଷୟରେ ଅକୃତକାର୍ଯ୍ୟ ହୋଇଛନ୍ତି, ସେମାନେ ତତ୍କାଳ ପରୀକ୍ଷା ଦେଇପାରିବେ। ତେବେ ସେପ୍ଟେମ୍ବର ୧୩ ଓ ୧୪ରେ ପରୀକ୍ଷା ହେବ ବୋଲି ପୂର୍ବରୁ କୁହାଯାଇଥିବାବେଳେ ଏଥିରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ସେହିପରି ଯୁକ୍ତଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବିଷୟରେ ରିଚେକିଂ ପାଇଁ ଆବେଦନ ଅବଧିକୁ ମଧ୍ୟ ବଢ଼ାଇ ଦିଆଯାଇଛି। ସେପ୍ଟେମ୍ବର ୧୨ ମଧ୍ୟରେ ଛାତ୍ରଛାତ୍ରୀ ରିଚେକିଂ ପାଇଁ ଆବେଦନ କରିପାରିବେ।

Hot this week

ଭୁବନେଶ୍ୱରରେ ହେବ ଭିଜା ସେଣ୍ଟର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିଜା ଆପ୍ଲିକେସନ ସେଣ୍ଟର’...

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

Related Articles

Popular Categories