www.samajalive.in
Saturday, December 6, 2025
15.1 C
Bhubaneswar

ଟ୍ରକ୍ ସହ ଧକ୍କା ପରେ ଜଳିଗଲା କାର୍: ଗୋଟିଏ ପରିବାରର ୭ ଜୀବନ୍ତ ଦଗ୍ଧ

ରାଜସ୍ଥାନ: ରାଜସ୍ଥାନ ସିକର ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ଏକ କାର୍ ଏବଂ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଟ୍ରକ ସହ ଧକ୍କା ହେବା ପରେ କାରରେ ନିଆଁ ଲାଗିଯାଇଛି। ଦୁର୍ଘଟଣାରେ ଗୋଟିଏ ପରିବାରର ୭ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ମୃତକଙ୍କ ମଧ୍ୟରେ ଦୁଇ ଶିଶୁ ଏବଂ ତିନି ଜଣ ମହିଳା ଥିବା ଜଣାପଡିଛି। ଉତ୍ତରପ୍ରଦେଶ ମେରୁଟରେ ବାସ କରୁଥିବା ଏକ ପରିବାର ରବିବାର ମଧ୍ୟାହ୍ନରେ ରାଜସ୍ଥାନରେ ଥିବା ବାଲାଜୀ ମନ୍ଦିରରୁ ଦର୍ଶନ ସାରି ଫେରୁଥିଲେ। ଏତିକିବେଳେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ସେମାନଙ୍କ କାରକୁ ଧକ୍କା ଦେଇଥିଲା। ଫଳରେ ଦୁର୍ଘଟଣା ପରେ କାରଟି ସମ୍ପୂର୍ଣ୍ଣ ଭାବେ ଜଳିଯାଇଥିଲା। ପରେ ସେଠାରେ ଉପସ୍ଥିତ ଥିବା କିଛି ସ୍ଥାନୀୟ ଲୋକ ଅଗ୍ନିଶମବାହିନୀକୁ ଖବର ଦେଇଥିଲେ। ହେଲେ ନିଆଁ ଆୟତ୍ତ ହେବା ବେଳକୁ କାରରେ ଥିବା ୭ଜଣ ଜୀବନ୍ତ ଦଗ୍ଧ ହୋଇସାରିଥିଲେ। ଖବର ପାଇଁ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories