www.samajalive.in
Monday, December 15, 2025
26.1 C
Bhubaneswar

କୁଏତ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ, ମୃତଦେହ ଆଣିବାକୁ ଗଲା ବାୟୁସେନା ବିମାନ

ସମାଜ ଡିଜିଟାଲ ଡେସ୍କ: କୁଏତର ଦକ୍ଷିଣ ଅହମଦୀ ପ୍ରଦେଶ ଅନ୍ତର୍ଗତ ମନଗଫ ଅଞ୍ଚଳରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ଘଟଣାରେ ପ୍ରାଣ ହରାଇଥିବା ୪୨ ଭାରତୀୟଙ୍କ ପରିବାର ଏବଂ ଆତ୍ମୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ପ୍ରଦାନ କରାଯିବ।

ଘଟଣା ସମ୍ପର୍କରେ ଖବର ମିଳିବା ପରେ ବୁଧବାର ବିଳମ୍ବିତ ରାତିରେ ପ୍ରଧାନମନ୍ତ୍ରୀ ଏକ ସମୀକ୍ଷା ବୈଠକ କରିଥିଲେ। ପ୍ରଧାନମନ୍ତ୍ରୀ ଏହାକୁ ଅତ୍ୟନ୍ତ ଦୁଃଖଦ ଘଟଣା ବୋଲି କହିଥିଲେ। ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯିବା ନେଇ ବୈଠକରେ କହିଥିଲେ। ମୃତଦେହଗୁଡ଼ିକୁ ଭାରତ ଆଣିବା ଲାଗି ବାୟୁସେନା ବିମାନ ପଠାଯାଇଥିବା କୁହାଯାଇଛି। ଏଥିସହିତ ବୈଦେଶିକ ବ୍ୟାପାର ସ୍ୱରାଷ୍ଟମନ୍ତ୍ରୀ କୀର୍ତ୍ତି ବର୍ଦ୍ଧନ ସିଂହ ଘଟଣାର ଅନୁଧ୍ୟାନ ପାଇଁ କୁଏତ ଗସ୍ତ କରିଛନ୍ତି।

- Advertisement -

ସେହିପରି ଘଟଣାର ତଦନ୍ତ କରି ପ୍ରକୃତ ଦୋଷୀଙ୍କୁ ଠାବ କରିବା ପାଇଁ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୁଏତ ପ୍ରତିପକ୍ଷଙ୍କ ସହିତ ଆଲୋଚନା କରିଥିବା ନେଇ ସାମାଜିକ ଗଣମାଧ୍ୟମ ଏକ୍ସରେ ଉଲ୍ଲେଖ କରିଛନ୍ତି। ମନ୍ତ୍ରଣାଳୟ ପକ୍ଷରୁ ଏ ସଂକ୍ରାନ୍ତରେ ଏକ ସହାୟତା ନମ୍ବର(+୯୬୫-୬୫୫୦୫୨୪୬) ଜାରି କରାଯାଇଛି। ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବା ଲାଗି କଂଗ୍ରେସ ନେତା ଶଶି ଥରୁର କୁଏତ ସରକାରଙ୍କୁ ଅନୁରୋଧ କରିଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories