www.samajalive.in
Tuesday, December 9, 2025
23.1 C
Bhubaneswar

ରାଜ୍ୟରେ କରୋନା ନେଲା ଆଉ ଦୁଇ ଜୀବନ, ୩୬ରେ ପହଞ୍ଚିଲା ମୋଟ୍ ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହି ଦୁଇ ମୃତକଙ୍କୁ ମିଶାଇ ରାଜ୍ୟରେ ମହାମାରୀ କରୋନା ୩୬ ଜଣଙ୍କ ଜୀବନ ନେଇଥିବା ଜଣାପଡିଛି। ରବିବାର ମୃତ୍ୟୁ ବରଣ କରିଥିବା ଦୁଇ ମୃତକଙ୍କ ମଧ୍ୟରେ ଜଣେ ଗଜପତି ଜିଲାରୁ ଏବଂ ଅନ୍ୟଜଣେ ସୁନ୍ଦରଗଡ ଜିଲାର ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି। ଗଜପତି ଜିଲାରୁ ମୃତ୍ୟୁ ବରଣ କରିଥିବା ବ୍ୟକ୍ତି ଜଣଙ୍କ ବୟସ ୪୦ ବର୍ଷ ହୋଇଥିବା ବେଳେ ସେ ମଧୁମେହରେ ପିଡୀତ ଥିଲେ। ସେହିପରି ସୁନ୍ଦରଗଡ ଜିଲାରୁ ମୃତ୍ୟୁ ବରଣ କରିଥିବା ଆକ୍ରାନ୍ତ ଜଣଙ୍କ ୪୬ ବର୍ଷୀୟ ପୁରୁଷ ହୋଇଥିବା ବେଳେ ସେ ମଧ୍ୟ ମଧୁମେହରେ ପୀଡିତ ଥିଲେ ।


ସେହିପରି ରାଜ୍ୟରେ ଆଜି ଆଉ ଜଣେ କରୋନା ଆକ୍ରାନ୍ତଙ୍କ ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ବାଲେଶ୍ବରର ୪୫ ବର୍ଷୀୟା ମହିଳା ହୋଇଥିବା ବେ​‌ଳେ ସେ ଫୁସଫୁସ୍ ଜନିତ ରୋଗରେ ପ୍ରାଣ ହରାଇ ଥିବା ଜଣାପଡିଛି।

- Advertisement -


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯ ହଜାର ୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫ ହଜାର ୯୩୪ ଜଣ ସୁସ୍ଥ ହୋଇଥିବା ବେଳେ ୩୬ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି ଏବଂ ୧୦ ଜଣ ଆକ୍ରାନ୍ତଙ୍କ ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି।  ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩ ହଜାର ୯୦ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Hot this week

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

ଚାଉଳ ଯୋଗାଣ ବନ୍ଦ ; ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଟିଟିଲାଗଡ଼ : ଚାଉଳ ଯୋଗାଣ ବନ୍ଦ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା...

Related Articles

Popular Categories