www.samajalive.in
Sunday, December 7, 2025
16.1 C
Bhubaneswar

ଅଗଷ୍ଟ ୩ୟ ସପ୍ତାହ ସୁଦ୍ଧା +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ, ଶେଷ ସପ୍ତାହରେ କଳା ପରୀକ୍ଷାଫଳ

ଅଗଷ୍ଟ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଦେଇଛନ୍ତି ଏହି ସୂଚନା । ​‌ସେ କହିଛନ୍ତି ଯେ ଖାତା ଦେଖା ସରିଛି ଓ ଟାବୁଲେସନ ଚାଲିଛି । ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଅଗଷ୍ଟ ୩ୟ ସପ୍ତାହ ଓ କଳା ପରୀକ୍ଷାଫଳ ଶେଷ ସପ୍ତାହରେ ପ୍ରକାଶ ପାଇଁ ଲକ୍ଷ୍ୟ ରଖାଯାଇଛି ।

- Advertisement -

ଏହି ଅବସରରେ ମନ୍ତ୍ରୀ ଶ୍ରୀ ଦାଶ ଛାତ୍ରଛାତ୍ରୀମାନଙ୍କୁ ଅନଲାଇନ ଶିକ୍ଷା ଦିଆଯିବା ସମ୍ପର୍କରେ ସୂଚନା ଦେଇଛନ୍ତି । ଶିକ୍ଷକମାନଙ୍କୁ ଏ ସମ୍ପର୍କରେ ତାଲିମ ଦିଆଯାଇଛି । କରୋନା ଯୋଗୁଁ ଶିକ୍ଷାଦାନ ଯେପରି ପ୍ରଭାବିତ ନ ହେବ ଓ ପରୀକ୍ଷାଫଳ ହାର ବୃଦ୍ଧି ପାଇବ ସେଥିପାଇଁ ଏପରି ନିଷ୍ପତ୍ତି ନିଆଯାଇଛି ବୋଲି କହିଛନ୍ତି । ଅନ୍ୟପକ୍ଷରେ ମନ୍ତ୍ରୀ ଶ୍ରୀ ଦାସ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ପ୍ରକୋଷ୍ଠରେ ଶିକ୍ଷକମାନଙ୍କୁ ଅନଲାଇନ ତାଲିମ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ରାଜ୍ୟର ୧୦୧ ଉତ୍କର୍ଷ ବିଦ୍ୟାଳୟ, ୩୦ ଜିଲ୍ଲାର ୩୦ ଟି ଯୁକ୍ତ ଦୁଇ କଲେଜ୍ ଓ ଶିକ୍ଷକ ଶିକ୍ଷା କଲେଜ୍ ର ଶିକ୍ଷକଙ୍କୁ ତାଲିମ ଦିଆଯାଉଥିବା ସେ ସୂଚନା ଦେଇଛନ୍ତି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories