ଭୁବନେଶ୍ୱର: କଂଗ୍ରେସରେ ଯୋଗ ଦେଇଛନ୍ତି ରାଜ୍ୟର ୪ ଜଣ ପୂର୍ବତନ ପ୍ରଶାସନିକ ଅଧିକାରୀ। ରବିବାର ଅବସରପ୍ରାପ୍ତ ଆଇଏଏସ ପଞ୍ଚାନନ ଦାସ ଓ ବିଶ୍ୱନାଥ ଆଚାର୍ଯ୍ୟ, ଅବସରପ୍ରାପ୍ତ ଓଏଏସ ରବୀନ୍ଦ୍ର ନାଥ ମିଶ୍ର ଓ ଉଦ୍ଧବ କର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି। ଏହି ଅବସରରେ ରାଜ୍ୟ ପ୍ରଭାରୀ ଚେଲ୍ଲା କୁମାର, ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ, ବିଧାୟକ ସନ୍ତୋଷ ସିଂ ସାଲୁଜା, ବିଧାୟକ ତାରାପ୍ରସାଦ ବାହିନୀପତି ପ୍ରମୁଖ ଉପସ୍ଥିତ ଥିଲେ। କଂଗ୍ରେସରେ ଯୋଗଦେବା ପରେ ଅବସରପ୍ରାପ୍ତ ଅଧିକାରୀମାନେ କହିଛନ୍ତି ଯେ, କଂଗ୍ରେସ ଓ ରାହୁଲ ଗାନ୍ଧୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ କଂଗ୍ରେସରେ ଯୋଗ ଦେଇଛୁ।
Popular Categories



