www.samajalive.in
Sunday, December 14, 2025
17.1 C
Bhubaneswar

+୨ରେ ସ୍ଥାନ ସଂଖ୍ୟା ବୃଦ୍ଧି ପାଇଁ ସୁପାରିସ

ଭୁବନେଶ୍ୱର: ଏଥର ମାଧ୍ୟମିକ (ମାଟ୍ରିକ) ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ ଯେପରି ଉଚ୍ଚଶିକ୍ଷାରୁ ବଞ୍ଚିତ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଉପରେ ଗଠିତ ଷ୍ଟାଣ୍ଡିଂ କମିଟି ବିଭାଗକୁ ସୁପାରିସ କରିଛି। ଏଥିପାଇଁ ଆବଶ୍ୟକ ପଡ଼ିଲେ ବିଭିନ୍ନ କଲେଜର ଯୁକ୍ତ ୨ ଶ୍ରେଣୀରେ ସ୍ଥାନ ସଂଖ୍ୟା ବୃଦ୍ଧି କରିବା ପାଇଁ କୁହାଯାଇଛି। ଯୁକ୍ତ ଦୁଇ ଶ୍ରେଣୀରେ ନାମଲେଖା ପାଇଁ ଇଚ୍ଛୁକ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ଯେପରି ଜଣେ ବି କେହି ବାଦ୍‌ ନ ପଡ଼ନ୍ତି ସେଥିପ୍ରତି ଗୁରୁତ୍ୱ ଦେବାକୁ କମିଟି ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଛି।

ବିଧାୟକ ଭୂପିନ୍ଦର ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବିଭିନ୍ନ କାର୍ଯ୍ୟ ଉପରେ ସମୀକ୍ଷା କରାଯାଇଥିଲା। ସରକାର ୧୦୬୯ ଜଣ ଶିକ୍ଷକଙ୍କୁ ପଦୋନ୍ନତି ପ୍ରଦାନ କରିଥିବାବେଳେ ସାମ୍ପ୍ରତିକ ସ୍ଥିତିରେ ସେମାନଙ୍କୁ ସେହି ଜିଲା କିମ୍ବା ସେ କାର୍ଯ୍ୟ କରୁଥିବା ସମ୍ପୃକ୍ତ ବିଦ୍ୟାଳୟରେ ପଦ ଖାଲି ଥିଲେ ସେଠାରେ ରଖିବାକୁ କମିଟି ସୁପାରିସ କରିଥିବା ଶ୍ରୀ ସିଂହ କହିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories