www.samajalive.in
Sunday, December 7, 2025
26.1 C
Bhubaneswar

ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଜାମ୍ମୁ: ଜାମ୍ମୁ-କାଶ୍ମୀରର କୁଲଗାମ ଜିଲା ଅନ୍ତର୍ଗତ ଗୋପାଲପୋରା ଗାଁରେ ମଙ୍ଗଳବାର ବିଳମ୍ବିତ ରାତିରେ ଆତଙ୍କବାଦୀ ଏବଂ ସୁରକ୍ଷା କର୍ମୀଙ୍କ ମଧ୍ୟରେ ଏନକାଉଣ୍ଟର ଘଟିଛି। ଏଥିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଏବେ ବି ସେଠାରେ ୨ରୁ ୩ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ କରାଯାଉଛି। ସେମାନଙ୍କୁ ଧରିବା ଲାଗି ୩୪ ରାଷ୍ଟ୍ରୀୟ ରାଇଫଲ୍ସ ଏବଂ ଏସଓଜି ଯବାନମାନେ ସର୍ଚ୍ଚ ଅପରେଶନ ଜାରି ରଖିଥିବା କୁଲଗାମ ଏସପି ସୂଚନା ଦେଇଛନ୍ତି।

ଏହି ଘଟଣା ପୂର୍ବରୁ ଦକ୍ଷିଣ କାଶ୍ମୀର ଅନ୍ତର୍ଗତ ସୋପିଆନର କେଲର ଅଞ୍ଚଳରେ ଏକ ଜଙ୍ଗଲରେ ମଙ୍ଗଳବାର ଯବାନଙ୍କ ସହିତ ଆତଙ୍କବାଦୀଙ୍କ ମୁହାଁମୁହିଁ ହୋଇଥିଲା। ସେଠାରେ କିଛି ସମୟ ପାଇଁ ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ଘଟିଥିଲା। ମାତ୍ର ଆତଙ୍କବାଦୀମାନେ ଯବାନଙ୍କୁ ଚକ୍‌ମା ଦେଇ ଖସିଯିବାରେ ସଫଳ ହୋଇଥିଲେ। ପୁଲିସ ସୂଚନା ମୁତାବକ, କେଲର ଅଞ୍ଚଳର ଉକ୍ତ ଜଙ୍ଗଲରେ ଆତଙ୍କବାଦୀମାନେ ଲୁଚି ରହିଥିବା ସୂଚନା ମିଳିବା ପରେ ସେନା ପକ୍ଷରୁ ସମ୍ପୃକ୍ତ ଅଞ୍ଚଳରେ ମିଳିତ ଭାବେ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ଏକ ସନ୍ଦିଗ୍ଧ ସ୍ଥାନରୁ ଯବାନଙ୍କ ଉପରକୁ ଗୁଳିମାଡ଼ ହୋଇଥିଲା। ଯବାନମାନେ ଏହାର ଜବାବ ଦେଇଥିଲେ। ମାତ୍ର ଆତଙ୍କୀମାନେ ଯବାନଙ୍କ ଉପରକୁ ଗୁଳି ଚଳାଇ ଫେରାର ହୋଇଯାଇଥିଲେ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories