www.samajalive.in
Saturday, December 6, 2025
19.1 C
Bhubaneswar

ବାରାମୁଳାରେ ଏନକାଉଣ୍ଟର, ୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରର ବାରାମୁଳାରେ ମଙ୍ଗଳବାର ରାତିରେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଘଟିଛି। ଏଥିରେ ଦୁଇ ଜଣ ଆତଙ୍କବାନୀ ନିହତ ହୋଇଥିବା ସୂଚନା ମିଳିଛି।

ବାରାମୁଳା ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚି ରହିଥିବା ସୂଚନା ମିଳିବା ପରେ ସିଆରପିଏଫ ଏବଂ ଏସଓଜି ଯବାନଙ୍କ ପକ୍ଷରୁ ସମ୍ପୃକ୍ତ ଅଞ୍ଚଳକୁ ସିଲ୍‌ କରିଦିଆଯାଇ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ଆତଙ୍କବାଦୀମାନେ ଖସି ପଳାଇବାରେ ବିଫଳ ହେବାରୁ ଯବାନମାନଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ଯବାନମାନେ ମଧ୍ୟ ପାଲଟା ଗୁଳିମାଡ଼ କରିଥିଲେ। ଦୁଇ ପକ୍ଷ ମଧ୍ୟରେ କିଛି ସମୟ ଧରି ଗୁଳିବିନିମୟ ଚାଲିଥିଲା, ଯେଉଁଥିରେ ୨ ଆତଙ୍କବାଦୀ ନିହତ ହୋଇଥିଲେ।

- Advertisement -

ଗୋଇନ୍ଦା ସଂସ୍ଥାକୁ ମିଳିଥିବା ସୂଚନା ଅନୁସାରେ, ଜାମ୍ମୁ-କାଶ୍ମୀରରେ ବର୍ତ୍ତମାନ ୩୦୦ ଆତଙ୍କବାଦୀ ସକ୍ରିୟ ରହିଛନ୍ତି। ଓଜିଡବ୍ଲୁଙ୍କ ସଂଖ୍ୟା ୬ ହଜାରରୁ ଅଧିକ ଅଛି। ଏହି ଓଜିଡବ୍ଲୁ ଆତଙ୍କବାଦୀମାନଙ୍କୁ ସହାୟତା କରିବା ସହିତ ଘାଟିରେ ହିଂସା ଏବଂ ପଥରମାଡ଼କୁ ପ୍ରୋତ୍ସାହନ ଦେଇଥାନ୍ତି। ଏମାନଙ୍କ ଗତିବିଧି ଉପରେ ଯବାନମାନେ କଡ଼ା ନଜର ରଖିଛନ୍ତି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories