www.samajalive.in
Sunday, December 7, 2025
26.1 C
Bhubaneswar

କାଠୁଆରେ ୨ ଆତଙ୍କବାଦୀ ନିପାତ, ଜଣେ ଆହତ

ସମାଜ ଡିଜିଟାଲ ଡେସ୍କ: ଜାମ୍ମୁ-କାଶ୍ମୀରର କାଠୁଆରେ ବୁଧବାର ଆତଙ୍କବାଦୀ ଏବଂ ଯବାନଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏଥିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବାବେଳେ ଅନ୍ୟ ଜଣେ ଆହତ ହୋଇଛି। କାଠୁଆ-ବସନ୍ତଗଡ଼ ସୀମାନ୍ତ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସେନାକୁ ଗୁଇନ୍ଦା ସୂଚନା ମିଳିଥିଲା। ଏହା ପରେ ଅର୍ଦ୍ଧସାମରିକ ବାହିନୀ, ଏସଓଜି ଯବାନ ଏବଂ ପୁଲିସ ପକ୍ଷରୁ ଏକ ମିଳିତ ଅପରେସନ କରାଯାଇଥିଲା। ଯବାନମାନେ ଆତଙ୍କବାଦୀଙ୍କ ଆଡ୍ଡାସ୍ଥଳନୀ ନିକଟତର ହେବା ପରେ ସେମାନଙ୍କ ଉପରେ ଗୁଳିମାଡ଼ ଆରମ୍ଭ ହୋଇଥିଲା। ଆତଙ୍କବାଦୀମାନେ ଲୁଚି ରହି ଯବାନଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ଫଳରେ ସେନା ପକ୍ଷରୁ ସମ୍ପୃକ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯିବା ସହିତ ଅତିରିକ୍ତ ଫୋର୍ସ ପଠାଯାଇଥିଲା। ଅପରାହ୍ନ ୧୨ଯା ୫୦ରୁ ସନ୍ଧ୍ୟା ପର୍ଯ୍ୟନ୍ତ ଗୁଳିବିନିମୟ ଜାରି ରହିଥିଲା। ଏଥିରେ ୨ ଆତଙ୍କୀ ନିପାତ ହୋଇଥିଲେ।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories