www.samajalive.in
Tuesday, December 9, 2025
26.1 C
Bhubaneswar

କରୋନା: ୨୪ ଘଣ୍ଟାରେ ଆମେରିକାରେ ୨ ହଜାର, ଫ୍ରାନ୍ସରେ ୧୪୧୭ ମୃତ

ୱାଶିଂଟନ: କରୋନା ଭୂତାଣୁ ଆମେରିକାରେ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। ଏଠାରେ ଦିନକୁ ଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ଭିତରେ ଦେଶରେ ୨ ହଜାର ଆକ୍ରାନ୍ତଙ୍କ ମୃତ୍ୟୁ ଘଟିବା ପରେ ଟ୍ରମ୍ପ ପ୍ରଶାସନର ଚିନ୍ତା ବଢ଼ିଯାଇଛି। ଏବେ ସମଗ୍ର ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ଟପିଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କରୋନା ଭୂତାଣୁର ମୁକାବିଲା କରିବାରେ ଏକପ୍ରକାର ବିଫଳ ହୋଇଛନ୍ତି। ଦେଶର ନ୍ୟୁୟର୍କ ସହର କରୋନା ଯୋଗୁ ସବୁଠୁ ବେଶୀ ପ୍ରଭାବିତ ହୋଇଛି। ଅନ୍ୟପଟେ ସାରା ବିଶ୍ବରେ କରୋନା ମୃତ୍ୟୁ ସଂଖ୍ୟା ୮୨ ହଜାର ଅତିକ୍ରମ କରିଛି। ଆକ୍ରାନ୍ତଙ୍କ ସଂଖ୍ୟା ୧୪ ଲକ୍ଷ ଟପିଯାଇଛି। ସେହିପରି ଫ୍ରାନ୍ସ ଏବଂ ସ୍ପେନରେ ବି ସ୍ଥିତି ଗମ୍ଭୀର ରହିଛି। ଫ୍ରାନ୍ସରେ ମୃତ୍ୟୁ ସଂଖ୍ୟା ୧୦ ହଜାର ଟପିଥିବାବେଳେ ସ୍ପେନରେ ୧୩ ହଜାର ଅତିକ୍ରମ କରିଛି। ଫ୍ରାନ୍ସରେ ଗତ ୨୪ ଘଣ୍ଟା ଭିତରେ ୧୪୧୭ ଜଣଙ୍କ ମୃତ୍ୟୁ ଘଟିଛି। ଏଠାରେ ଆକ୍ରାନ୍ତ ସଂଖ୍ୟା ୧ ଲକ୍ଷ ୯ ହଜାର ଟପିଛି।

Hot this week

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

Related Articles

Popular Categories