www.samajalive.in
Saturday, December 6, 2025
26.1 C
Bhubaneswar

ମାର୍ଚ୍ଚ ୬ରୁ ଯୁକ୍ତ ଦୁଇ ଉପଶାସ୍ତ୍ରୀ ପରୀକ୍ଷା – ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା

ପୁରୀ: ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ, ପୁରୀ ଦ୍ୱାରା ଆୟୋଜିତ ଯୁକ୍ତ ଦୁଇ ଉପଶାସ୍ତ୍ରୀ ପରୀକ୍ଷା ମାର୍ଚ୍ଚ ୬ରୁ ଆରମ୍ଭ ହେଉଛି ଓ ଏହା ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ। ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ପ୍ରଫେସର ଧରଣୀଧର ରଣା କହିଛନ୍ତି ଯେ ଚଳିତ ଉପଶାସ୍ତ୍ରୀ ପରୀକ୍ଷା ପାଇଁ ରାଜ୍ୟର ୧୨୧ଟି ସଂସ୍କୃତ ମହାବିଦ୍ୟାଳୟକୁ ଚୟନ କରାଯାଇଥିବା ବେଳେ, ବାଲେଶ୍ୱର ଜିଲ୍ଲାରେ ସର୍ବାଧିକ ୨୩ଟି ଏବଂ ଅନୁଗୁଳ, ଦେଓଗଡ଼, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ରାୟଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏ ଲେଖାଏଁ ପରୀକ୍ଷା କେନ୍ଦ୍ର କରାଯାଇଛି।

- Advertisement -

ପରୀକ୍ଷାରେ ସ୍ୱଚ୍ଛତା ଓ ଗୋପନୀୟତା ଘଟଣାକୁ ଦୃଷ୍ଟିରେ ରଖି ସମସ୍ତ ୧୨୧ଟି ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଗିଥିବା ଏବଂ ପ୍ରଶ୍ନପତ୍ର ରହୁଥିବା କୋଠରୀରେ ୨୪ଘଣ୍ଟିଆ ସିସିଟିଭି ରେକର୍ଡିଙ୍ଗ ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ପରୀକ୍ଷା ନିୟନ୍ତ୍ରକ କହିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଚଳିତ ଉପଶାସ୍ତ୍ରୀ ପରୀକ୍ଷା ଦେବା ପାଇଁ ୮୩୭୭ ଜଣ ନିୟମିତ ଓ ୩୪୧ ଜଣ ପୂର୍ବ ନିୟମିତ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଛନ୍ତି। ସୂଚନା ଯୋଗ୍ୟ, ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ପ୍ରଫେସର ଧରଣୀଧର ରଣା +୩ ଶାସ୍ତ୍ରୀ ଶେଷ ବର୍ଷ ପରୀକ୍ଷା ସମୟରେ କେତେକ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରି ଭିତ୍ତିଭୂମି ଅନୁଧ୍ୟାନ କରିଥିଲେ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories