www.samajalive.in
Sunday, December 7, 2025
16.1 C
Bhubaneswar

ଯୁକ୍ତ ଦୁଇ ମୂଲ୍ୟାୟନ, ଆଜି ପୁଣି ବସିବ ବିଶେଷଜ୍ଞ କମିଟି ବୈଠକ

ଭୁବନେଶ୍ୱର: କରୋନା ସଂକ୍ରମଣ ଯୋଗୁଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷାକୁ ଚଳିତ ବର୍ଷ ବାତିଲ କରାଯାଇଥିଲା। ବିକଳ୍ପ ମୂଲ୍ୟାୟନ ପ୍ରକ୍ରିୟା ପାଇଁ ୧୪ ଜଣିଆ ବିଶେଷଜ୍ଞ କମିଟି ଗଠନ କରିଥିଲା ପରିଷଦ। ତେବେ ଏହି କମିଟି ପକ୍ଷରୁ ବୁଧବାର ମୂଲ୍ୟାୟନକୁ ନେଇ ବୈଠକ ହୋଇଥିବାବେଳେ ଚୂଡ଼ାନ୍ତ ନିଷ୍ପତ୍ତି ହୋଇପାରିନି। କମିଟି ପକ୍ଷରୁ ଆଜି ତଥ୍ୟ ଦାଖଲ ପାଇଁ ସମୟ ନିର୍ଘଣ୍ଟ ହୋଇଥିଲେ ମଧ୍ୟ ସହମତି ପ୍ରକାଶ ପାଇ ନ ଥିବା ଜଣାପଡ଼ିଛି। ୧୦ ଦିନ ମଧ୍ୟରେ କମିଟି ତଥ୍ୟ ଦାଖଲ କରିବାକୁ ଧାର୍ଯ୍ୟ ହୋଇଥିଲେ ମଧ୍ୟ ତାହା ସମ୍ଭବ ହୋଇପାରିନି।

ଅବଧି ଅତିକ୍ରାନ୍ତ କରିଥିବାବେଳେ କମିଟି ପକ୍ଷରୁ ଚୂଡ଼ାନ୍ତ ନିଷ୍ପତ୍ତି ହୋଇପାରିନି। ବିଭିନ୍ନ ଦିଗକୁ ନେଇ ବିଚାର ବିମର୍ଶ କରାଯାଇଥିବା ବେଳେ ଶିକ୍ଷାବିତ୍‌ଙ୍କର ମତ ନିଆଯାଇଛି। ମୁଖ୍ୟତଃ ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷା ମାର୍କ ଆଧାରରେ ଯୁକ୍ତ ଦୁଇ ପାଠ୍ୟକ୍ରମର ମୂଲ୍ୟାୟନ କରାଯିବ। ତେବେ ଯୁକ୍ତ ଦୁଇ ଏକ୍ସ ରେଗୁଲାର ଛାତ୍ରଛାତ୍ରୀ ଓ ପରୀକ୍ଷା ଦେଇ ନ ଥିବା (ଗତବର୍ଷ ଅନୁପସ୍ଥିତ ଥିବା) ବିଦ୍ୟାର୍ଥୀଙ୍କୁ କିଭଳି ମାର୍କ ଦିଆଯିବ ତାକୁ ନେଇ ଆଲୋଚନା କରାଯାଇଛି। ତେବେ ଆଜି ପୁଣି ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ପରୀକ୍ଷାକୁ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଜଣାପଡ଼ିଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories