www.samajalive.in
Tuesday, December 9, 2025
26.1 C
Bhubaneswar

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ୨୦ ଜଣଙ୍କ ମୃତ୍ୟୁ ହୋଇଛି। ଏକ ୭ ମହଲା ବିଶିଷ୍ଟ କୋଠାରେ କାର୍ଯ୍ୟାଳୟ ଚାଲିଥିବାବେଳେ ସେଥିରେ ଅଗ୍ନିକାଣ୍ଡ ଘଟିଥିଲା। ନିଆଁ ଲାଗିବାର କାରଣ ଜଣାପଡ଼ି ନାହିଁ। ତେବେ ନିଆଁ ଯୋଗୁ ପ୍ରବଳ ଧୂଆଁ ସୃଷ୍ଟି ହେବା ଫଳରେ ଶ୍ଵାସରୁଦ୍ଧ ହୋଇ ଲୋକଙ୍କ ପ୍ରାଣହାନୀ ଘଟିଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡ ଯୋଗୁ ଆଖପାଖରେ ଥିବା ବାସିନ୍ଦାମାନେ ଭୟଭୀତ ହୋଇପଡ଼ିବା ସହିତ ବାହାରକୁ ଚାଲି ଆସିଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲା। ଏହା ସହିତ କୋଠାରେ ଫଶିଯାଇଥିବା ଲୋକଙ୍କୁ ମଧ୍ୟ ଉଦ୍ଧାର କରି ଡାକ୍ତରଖାନା ପଠାଇଥିଲା।

ମୃତକଙ୍କ ମଧ୍ୟରେ ୫ ଜଣ ପୁରୁଷ ଏବଂ ୧୫ ଜଣ ମହିଳା ରହିଥିବା ସୂଚନା ମିଳିଛି। ମୃତ ମହିଳାଙ୍କ ମଧ୍ୟରେ ଜଣେ ଗର୍ଭବତୀ ମଧ୍ୟ ରହିଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡ ସମୟର ଦୃଶ୍ୟ ସମ୍ବଳିତ ଭିଡିଓ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହେଉଛି। ଯେଉଁଥିରେ ଅଞ୍ଚଳଟି ଧୂଆଁମୟ ହୋଇଯାଇଥିବା ଦେଖିବାକୁ ମିଳିଛି।

Hot this week

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

Related Articles

Popular Categories