www.samajalive.in
Saturday, December 6, 2025
16.1 C
Bhubaneswar

ବସ୍‌କୁ ଧକ୍କା ଦେଲା ଟ୍ରକ୍‌; ୨୦ ଯାତ୍ରୀ ମୃତ, ୨୦ ଆହତ

ଚେନ୍ନାଇ: ତାମିଲନାଡୁରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୨୦ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୨୦ ଯାତ୍ରୀ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୫ ଜଣ ମହିଳା ଥିବା ଜଣାପଡ଼ିଛି।

ସୂଚନା ଅନୁସାରେ, କେରଳ ରାଜ୍ୟ ସଡ଼କ ପରିବହନ ନିଗମର ଏକ ବସ୍‌ କର୍ଣ୍ଣାଟକର ବେଙ୍ଗାଲୁରୁରୁ କେରଳର ଏର୍ଣ୍ଣାକୁଲମ ଯାଉଥିଲା। ତିରୁପୁର ଜିଲାର ଅବିନାଶୀ ସହର ନିକଟରେ ଏକ ଟ୍ରକ୍‌ ସହିତ ବସ୍‌ଟି ଧକ୍କା ହୋଇଥିଲା। ଦୁର୍ଘଟଣା ସମୟରେ ଯାତ୍ରୀମାନେ ଶୋଇଥିଲେ। ସେମାନଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ରୁଣ୍ଡ ହୋଇଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଥିଲା। ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ବସଟିର ସାମ୍ନା ପଟ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଯାଇଛି। ଆହତମାନଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories