www.samajalive.in
Wednesday, December 10, 2025
26.1 C
Bhubaneswar

ପିକ୍‌ଅପ୍‌ ଭ୍ୟାନ ଓଲଟି ୨୦ ଆହତ

କାଶୀପୁର: ରାୟଗଡା ଜିଲା କାଶୀପୁର ଥାନା ଅନ୍ତର୍ଗତ ସୁରଗୁଞ୍ଜା ଗ୍ରାମ ନିକଟ ରାସ୍ତାରେ ରବିବାର ଏକ ପିକ୍‌ଅପ୍‌ ଭ୍ୟାନ ଓଲଟି ପଡ଼ିବାରୁ ୨୦ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କାଶୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ୫ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

- Advertisement -

ସୂଚନା ଅନୁସାରେ, ପିକ୍‌ଅପ୍‌ ଭ୍ୟାନଟି ଚନ୍ଦ୍ରଗିରିରୁ କାଶୀପୁର ଯାଉଥିବାବେଳେ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ବକୁ ଓଲଟି ପଡ଼ିଥିଲା। ଫଳରେ ସେଥିରେ ଯାଉଥିବା ସମସ୍ତ ୨୦ ଜଣ ଆହତ ହୋଇଥିଲେ। ସେମାନେ ରାସନ କାର୍ଡ ଚାଉଳ ଆଣି ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ସ୍ଥାନୀୟ ଗ୍ରାମବାସୀ ଏହା ଦେଖି ପୁଲିସ, ୧୦୮ ଆମ୍ବୁଲାନ୍ସ ଏବଂ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଉଦ୍ଧାରକାରୀ ଦଳ ପହଞ୍ଚି ଆହତମାନଙ୍କୁ ଆମ୍ବୁଲାନ୍ସରେ ହସ୍ପିଟାଲକୁ ପଠାଇଥିଲେ।

ଦୁର୍ଘଟଣା ପରେ କାଶୀପୁର-କଳାହାଣ୍ଡି ରାସ୍ତା ଜାମ୍‌ ହୋଇଯାଇଥିଲା। କାଶୀପୁର ଆଇଆଇସି ସୁନିଲ ଅରୁଣ କୁମାର ନାଏକଙ୍କ ସହ ପୁଲିସ ଟିମ ଘଟଣା ସ୍ଥଳରେ ତଦନ୍ତ କରିବା ସହ ରାସ୍ତା ଜାମ ହଟାଇଥିଲେ। ଘଟଣା ପ୍ରଚାରିତ ହେବା ପରେ ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ଗଙ୍ଗାଧର ପୁଆଲା, ବିଜୁ ମହିଳା ଜନତା ଦଳର ଜିଲା ସଭାନେତ୍ରୀ ଅନସୂୟା ମାଝି, ବିଜେଡି ରାଜ୍ୟ ସମ୍ପାଦକ ଜଗଦୀଶ ପାତ୍ର, ଯୁବ ଜନତା ଦଳର ଉପସଭାପତି ଅମିତ ନାୟକ, ସମ୍ପାଦକ ହର ପ୍ରସାଦ ନାୟକ ପ୍ରମୁଖ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ଆହତମାନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ।

Hot this week

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

Related Articles

Popular Categories