www.samajalive.in
Monday, December 15, 2025
15.1 C
Bhubaneswar

ନାବାଳିକା  ଦୁଷ୍କର୍ମ ମାମଲାରେ ୨୦ବର୍ଷ ଜେଲ  ଦଣ୍ଡାଦେଶ

କେନ୍ଦୁଝରଗଡ :୧୫ବର୍ଷର ଜଣେ ନାବାଳିକାକୁ  ଦୁଷ୍କର୍ମ ମାମଲାରେ ଫାଷ୍ଟ ଟ୍ରାକ୍‍ କୋର୍ଟ କେନ୍ଦୁଝରର ବିଚାରପତି ବିଜୟ କୁମାର ମିଶ୍ର ଶନିବାର ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ସଶ୍ରମ କାରାଦଣ୍ଡାଦେଶ କରିଛନ୍ତି । ସଦର ଥାନା ଅଧିନ ଉପରକାଇପୁର ଗ୍ରାମର ସଞ୍ଜୁ ଦେହୁରୀ  ର ଜଣେ ୧୫ବର୍ଷର ନାବାଳିକାକୁ  ଅପହରଣ କରିଥିଲା ।

 

- Advertisement -

ସେହିଦିନ ସନ୍ଧ୍ୟାରେ ଘରେ ପହଞ୍ଚି ଭଉଣୀକୁ ନପାଇ ବହୁ ଖୋଜାଖୋଜି ପରେ ୨୩ ସେପ୍ଟେମ୍ବର ୨୦୨୦ରେ ନିଖୋଜ ନାବାଳିକାର ଭାଇ ସଦର ଥାନାରେ ଅଭିଯୋଗ କରିବା ପରେ ପୁଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇ ୨୭ ସେପ୍ଟେମ୍ବରରେ ନିଖୋଜ ନାବାଳିକାକୁ ଉଦ୍ଧାର କରିଥିଲା ।  ଅଭିଯୁକ୍ତ ସଞ୍ଜୁ ଦେହୁରୀ (୩୦) ସହ ତା’ର ମାଉସୀ ଘରୁ ପୁଲିସ ଉଦ୍ଧାର କରିବା ସହ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଏହି ମାମଲାରେ ମୋଟ ୧୪ଜଣ ସାକ୍ଷୀଙ୍କ ବୟାନ ଓ ପୁଲିସ ତଦନ୍ତକୁ ଭିତ୍ତିକରି ଫାଷ୍ଟ ଟ୍ରାକ୍‍ କୋର୍ଟ କେନ୍ଦୁଝରର ବିଚାରପତି ବିଜୟ କୁମାର ମିଶ୍ର  ଅଭିଯୁକ୍ତ ସଞ୍ଜୁକୁ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ସଶ୍ରମ କାରାଦଣ୍ଡ ସହ ୨୦ହଜାର ଟଙ୍କା ଜୋରିମାନା ଏବଂ ଜୋରିମାନା ଅନାଦେୟ ଅଧିକ ୬ମାସ ସଶ୍ରମ କାରାଦଣ୍ଡାଦେଶ କରିଛନ୍ତି । ଏଥିସହ ପୀଡିତାଙ୍କୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ନିମନ୍ତେ ସୁପାରିଶ କରିଛନ୍ତି । ପୀଡିତାଙ୍କ ପକ୍ଷରୁ ସ୍ୱତନ୍ତ୍ର ପି.ପି. ଜ୍ଞାନେନ୍ଦ୍ରନାଥ ଜେନା ମକଦ୍ଦମା ପରିଚାଳନା କରୁଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories