www.samajalive.in
Monday, December 8, 2025
14.1 C
Bhubaneswar

ସୋମବାର ରାଶିଫିଳ ( ୧୪-୦୯-୨୦୨୦ )

ମେଷ: ଜଟିଳ ସମସ୍ୟାର ସମାଧାନ କରିବାରେ ସିଦ୍ଧହସ୍ତ ହେବେ। ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ। ସ୍ୱାସ୍ଥ୍ୟ ଅତୁଟ ରହିବ। କୃଷିକର୍ମ ଉପରେ ଗୁରୁତ୍ୱ ଦେବେ।

ବୃଷ: ହାତଛଡ଼ା ହୋଇଥିବା ସମ୍ପଦ, ପୁଣି ହସ୍ତଗତ ହୋଇପାରେ। ଭିନ୍ନଭିନ୍ନ ସ୍ତରରେ ପ୍ରଶଂସିତ ହେବେ। ମନ ପ୍ରସନ୍ନ ରହିବ। ଈଶ୍ୱର ବିଶ୍ୱାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃଭାବ ଅତୁଟ ରହିବ।

- Advertisement -

ମିଥୁନ: କଳେ, ବଳେ, କୌଶଳେ କାର୍ଯ୍ୟ ହାସଲ କରିପାରନ୍ତି। ଆଳସ୍ୟ ପରାୟଣ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ବିଦ୍ୟାପ୍ରେମୀ ହେବେ।

କର୍କଟ: ସୁଖୀ ହେବେ। ସମ୍ମାନିତ ହୋଇପାରନ୍ତି। ଐଶ୍ୱର୍ଯ୍ୟଯୁକ୍ତ ହେବେ। ଯବାନ୍‍ମାନେ ରଣକ୍ଷେତ୍ରରେ ବୀରତ୍ୱ ପ୍ରଦର୍ଶନ କରିବେ। ମାଲି-ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଉତ୍ତମ ଭୋଜନ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ସିଂହ: ବ୍ୟବସାୟ ଲାଭଜନକ ହେବ। ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ସାମୟିକ ଭାବେ ଜନଗହଳି ଠାରୁ ଦୂରେଇ ରହିବାକୁ ପସନ୍ଦ କରିବେ। ଭାଷା ମଧୁର ହେତୁ ଜନସାଧାରଣଙ୍କର ଆଦରର ପାତ୍ର ହେବେ।

କନ୍ୟା: ଯୋଗଯୋଗରେ ସଫଳତା ମିଳିବ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ। ଚାକିରିରେ ସୁନାମ ଅର୍ଜନ କରିବେ। କରିତ୍‍କର୍ମା ହେବେ।

ତୁଳା: ଆୟ ଆଶାନୁରୂପ ହେବ। କୁଳ ଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ସରକାରୀ କୃପା ଲାଭ କରିପାରନ୍ତି। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ।

ବିଛା: ଭ୍ରମଣ ଯୋଗ ଅଛି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ବିତାଇ ପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ।

ଧନୁ: କାର୍ଯ୍ୟ କରାୟତ୍ତ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ବୁଦ୍ଧିମାନ୍‍ ଓ ବିଦ୍ୟାଭ୍ୟାସୀ ହେବେ। ଶ୍ରେଷ୍ଠ କର୍ମଯୁକ୍ତ ହୋଇପାରନ୍ତି। ସତର୍କତାର ଦିନ।

ମକର: ଯାତ୍ରା ଶୁଭଦାୟକ ହେବ। ଆନନ୍ଦ ଉତ୍ସବରେ ସାମିଲ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବୀ ହୋଇପାରନ୍ତି। ମନରେ ଅହଂଭାବ ପୋଷଣ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ପରାମର୍ଶ ଶୁଭଦାୟକ ହେବ।

କୁମ୍ଭ: ସବୁ ବାଧା-ବିଘ୍ନକୁ ଏଡ଼ାଇ କାର୍ଯ୍ୟକୁ ବଢ଼ାଇ ପାରନ୍ତି। ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧା ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଆଦରର ପାତ୍ର ହେବେ।

ମୀନ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱଯୁକ୍ତ ହେବେ। ଲଟେରି ଫଳ ସପକ୍ଷରେ ଯାଇପାରେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories